ନୂଆଦିଲ୍ଲୀ: ସିଡିଏସ୍ ବିପିନ ରାୱତଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ କରିଛନ୍ତି। ଜଣେ ସଚ୍ଚା ଦେଶପ୍ରେମୀଙ୍କୁ ହରାଇଥିବା ଟୁଇଟ୍ ଯୋଗେ ପ୍ରଧାନମନ୍ତ୍ରୀ କହିଛନ୍ତି। ଜେନେରାଲ ରାଓ୍ବତ ଜଣେ ଦୁର୍ଦ୍ଧର୍ଷ ଯୋଦ୍ଧା, ସଚ୍ଚା ଦେଶପ୍ରେମୀ ଥିଲେ। ସେନାକୁ ଅତ୍ୟାଧୁନିକ ଜ୍ଞାନକୌଶଳଯୁକ୍ତ କରିବାରେ ତାଙ୍କର ବଡ଼ ଭୂମିକା ଥିଲା। ନୀତି ନିର୍ଦ୍ଧାରଣରେ ତାଙ୍କ ବିଚକ୍ଷଣତା ଅଦ୍ୱିତୀୟ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ସିଡିଏସ୍ ବିପିନ ରାଓ୍ବତଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହ ମନ୍ତ୍ରୀ ଅମିତ ଶାହା, ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଶୋକ ପ୍ରକାଶ କରିଛନ୍ତି।