Advertisment

ଆଜି କେତେ ରହିଛି ସୁନା ଓ ରୂପା ଦର,ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦର ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୪୦ ଟଙ୍କା ରହିଛି । ଦେଶର ପ୍ରମୁଖ ସହରମାନଙ୍କରେ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି ।

author-image
Pallipuspa Samal
Gold price today

Gold price today

ନୂଆଦିଲ୍ଲୀ: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୪୦ ଟଙ୍କା ରହିଛି । ଦେଶର ପ୍ରମୁଖ ସହରମାନଙ୍କରେ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି । ନୂଆଦିଲ୍ଲୀରେ ସୁନାର ଦାମ୍ ଯଥାକ୍ରମେ ୪୬,୦୫୦ ଟଙ୍କା ଓ ୫୦,୨୪୦ ଟଙ୍କା ରହିଛି । ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୯୪୦ ଟଙ୍କା ଓ ୪୬,୯୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୩୦୦ ଟଙ୍କା ଓ ୪୯,୦୦୦ ଟଙ୍କା ରହିଛି ।

Advertisment

ସେହିପରି ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୯୧୦ ଟଙ୍କା ଓ ୪୮,୭୦୦ ଟଙ୍କା ହୋଇଛି । ଦକ୍ଷିଣ ଭାରତ ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୧୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୧୪୦ ଟଙ୍କା ଥିବା ରେକର୍ଡ ହୋଇଛି ।

Advertisment

ରୂପାର ମୂଲ୍ୟ ମଧ୍ୟ ଆଜି ହ୍ରାସ ପାଇଛି । ସୋମବାର ଦିନ ରୂପା ମୂଲ୍ୟ ୧୯୬ ଟଙ୍କା ହ୍ରାସ ପାଇଛି। ଏଥି ସହିତ, ଆଜି ଆନ୍ତର୍ଜାତୀୟ ବଜାରରେ ରୂପା ମୂଲ୍ୟରେ କୈଣସି ବଡ଼ ପରିବର୍ତ୍ତନ ହୋଇନାହିଁ ।

ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

New Delhi Gold Price Today
Advertisment
Advertisment