Advertisment

କିଛି ଦିନର ବ୍ରେକ୍‌ ପରେ ପୁଣି ବଢ଼ିଲା ସୁନା ଦର

ଆଜି ୨୪ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୫୨,୦୯୦ ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୫୮,୫୦୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୪୭,୭୫୦ ଟଙ୍କା ରହିଛି।

Gold Price Today

Gold Price Today

Advertisment

ଗତ କିଛିଦିନ ଧରି ଦର ହ୍ରାସ ପରେ ପୁଣିଥରେ ସୁନା ଓ ରୁପା ଦର ବୃଦ୍ଧି ପାଇଛି। Multi Commodity Exchange(MCX)ରେ ଆଜି ସୁନା ପ୍ରତି ୧୦ ଗ୍ରାମକୁ ୫୨,୪୦୦ ଟଙ୍କାରେ କାରବାର ଚାଲିଥିବା ବେଳେ ରୁପା ପ୍ରତି କିଲୋକୁ ୧୦୬ ଟଙ୍କା ବୃଦ୍ଧି ପାଇ ୫୮,୪୮୩ ଟଙ୍କାରେ କାରବାର ଚାଲିଛି। 

Advertisment

Good Returnsର ଏକ ରିପୋର୍ଟ ଅନୁସାରେ, ଆଜି ୨୪ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୫୨,୦୯୦ ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୫୮,୫୦୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୪୭,୭୫୦ ଟଙ୍କା ରହିଛି।

ଗତକାଲି ୨୪ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୫୧,୬୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୪୭,୩୫୦ ଟଙ୍କା ଥିଲା। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଆଜି ୨୨ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୪୭,୭୫୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ୍ ସୁନା ପ୍ରତି ୧୦ ଗ୍ରାମକୁ ୫୨,୦୯୦ ଟଙ୍କା ରହିଛି। ସେହିପରି ଭୁବନେଶ୍ୱରରେ ରୁପା ପ୍ରତି କିଲୋକୁ ୫୮,୫୦୦ ଟଙ୍କା ରହିଛି।

Advertisment

ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Gold Price Silver Price Gold Price Today Gold Silver Price
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ