Advertisment

ଆହୁରି ଶସ୍ତା ହେଲା ସୁନା, ରୁପା ଦର ବି କମିଲା

ଆଜି ୨୪ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୫୧,୪୪୦ ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୫୭,୫୦୦ ଟଙ୍କା ରହିଛି। ଗତକାଲି ତୁଳନାରେ ଆଜି ସୁନା ଓ ରୁପା ଦରରେ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Gold price goes up; check out price of yellow metal & silver here

Gold Price Today

ଆଜି ସୁନା ଓ ରୁପା ଦର ହ୍ରାସ ପାଇଛି। ଗତକାଲି ତୁଳନାରେ ଆଜି ସୁନା ଓ ରୁପା ଦରରେ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି। ସୁନା ପ୍ରତି ୧୦ ଗ୍ରାମକୁ ୨୦୦ ଟଙ୍କା ହ୍ରାସ ପାଇଥିବା ବେଳେ ରୁପା ପ୍ରତି କିଲୋକୁ ୫୦୦ ଟଙ୍କା ହ୍ରାସ ପାଇଛି। 

Advertisment

Good Returnsର ଏକ ରିପୋର୍ଟ ଅନୁସାରେ, ଆଜି ୨୪ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୫୧,୪୪୦ ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୫୭,୫୦୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୪୭,୧୫୦ ଟଙ୍କା ରହିଛି।

ଗତକାଲି ୨୪ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୫୧,୬୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍‌ ସୁନା ୪୭,୩୫୦ ଟଙ୍କା ଥିଲା। ସେହିପରି ରୂପା ଦର ପ୍ରତି କିଲୋକୁ ଗତକାଲି ୫୮,୦୦୦ ଟଙ୍କା ଥିଲା। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଆଜି ୨୨ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୪୭,୧୫୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ୍ ସୁନା ପ୍ରତି ୧୦ ଗ୍ରାମକୁ ୫୧,୪୪୦ ଟଙ୍କା ରହିଛି। 

Advertisment

ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Gold Price Silver Price Gold Price Today Gold Silver Price
Advertisment
Advertisment