Advertisment

Today Gold Price- 3rd Nov : କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍‌

କମିଲା ସୁନାର ଦାମ୍ । ଆଗକୁ ଆସୁଛି ବିବାହ ଋତୁ । ଏବେ ସୁନା କିଣା ଆରମ୍ଭ ହେବ । ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ବୃଦ୍ଧି ପାଇଛି । ଏହି କ୍ରମରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦,୩୫୦ ଟଙ୍କା ରହିଛି ।

author-image
Manoranjan Behera
undefined

gold rate today

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୦ ହଜାର ୧୦୦ ଟଙ୍କା ରହିଛି ।

Advertisment

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୮ ହଜାର ୦୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୩ ହଜାର ୭୦୦ ଟଙ୍କା, ୩୯, ୫୦୦ ଟଙ୍କା ଓ ୩୧, ୧୦୦ ଟଙ୍କା ରହିଛି । ସୁନା କଏନ୍‌ର ମୂଲ୍ୟ ୩୯,୯୦୦ ଟଙ୍କାରେ ପହଞ୍ଚିଛି ।

କଟକ ରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୧୫ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୬୦ (କ୍ୟାସ ୯୯୫) ଟଙ୍କା ରହିଛି । ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୮,୨୦୦ ଟଙ୍କାରେ କାରବାର ହେଉଛି ।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Gold Rate Today
Advertisment
Advertisment