Today Gold Price- 20th Oct : କମିଲା ସୁନା ଦର, ଜାଣନ୍ତୁ କେତେ ରହିଛି ସୁନାର ଦାମ୍

କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ସୁନାର ମୂଲ୍ୟ ସାମାନ୍ୟ କମ୍‌ ରହିଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୧୦୦ ଟଙ୍କା ରହିଛି ।

gold price today

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୧୦୦ ଟଙ୍କା ରହିଛି ।  ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି ।  ରାଜଧାନୀ ଭୁବନେଶ୍ୱର ରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ୪୯ ହଜାର ୭୦୦ ଟଙ୍କା ରହିଛି।  

୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୭, ୬୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୩ ହଜାର ୩୦୦ ଟଙ୍କା, ୩୯,୧୦୦ ଟଙ୍କା ଓ ୩୦, ୭୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୩୯,୬୦୦ ଟଙ୍କାରେ ପହଞ୍ଚିଛି ।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୧୫୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୪୦(କ୍ୟାସ ୯୯୫) ଟଙ୍କା ରହିଛି ।

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୫,୬୫୦ ଟଙ୍କାରେ କାରବାର ହେଉଛି । ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।