Advertisment

ପୁଣି ବଢିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନାର ଦାମ୍

ପୁଣି ବଢିଲା ସୁନାର ଦାମ୍ । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୨,୫୮୦ ଟଙ୍କା ରହିଥିବା ଜଣାଯାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୯,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

author-image
Pallipuspa Samal
Gold price

Gold price

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୨,୫୮୦ ଟଙ୍କା ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮,୨୦୦ ଟଙ୍କା ଓ ୫୨,୫୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୨୦୦ ଟଙ୍କା ଓ ୫୨,୫୭୦ ଟଙ୍କା ରହିଛି।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୪୦୦ ଟଙ୍କା ଓ ୫୨,୮୦୦ ଟଙ୍କା ରହିଛି । ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୯,୦୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩,୫୨୦ ଟଙ୍କା ଥିବା ରେକର୍ଡ ହୋଇଛି। ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୨୦୦ ଟଙ୍କା ଓ ୫୨,୫୮୦ ଟଙ୍କା ରହିଛି ।

ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୯,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Rate Today
Advertisment
Advertisment