/odishatv-khabar/media/post_attachments/uploadimage/library/16_9/16_9_0/IMAGE_1639572016.jpg)
gold rate today
ନୂଆଦିଲ୍ଲୀ: ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪, ୧୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮, ୨୧୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୪୦୦୦ ଟଙ୍କା ଓ ୫୧, ୭୧୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୧୫୦ ଟଙ୍କା ଓ ୪୮,୧୫୦ ଟଙ୍କା ଥିବା ରେକର୍ଡ ହୋଇଛି । ଏହାଛଡ଼ା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୨୫୦ ଟଙ୍କା ଓ ୪୯,୫୨୦ ଟଙ୍କା ହୋଇଛି।
ଭାରତର ବିଭିନ୍ନ ରାଜ୍ୟରେ ସୁନାର ଦର ଅଲଗା ଅଲଗା ରହିଛି । ପ୍ରମୁଖ ସହର କୋଲକାତାରେ ୪୭,୪୦୦ ଟଙ୍କା ଓ ୫୦,୧୦୦ ଟଙ୍କା ରହିଛି। ଯଥାକ୍ରମେ ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫, ୬୦୪ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯, ୭୫୦ ଟଙ୍କା ଥିବା ରେକର୍ଡ ହୋଇଛି।
ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧, ୫୦୦ ଟଙ୍କା ହୋଇଛି । ଚେନ୍ନାଇରେ ରୁପା କେଜି ଦାମ୍ ୬୫,୩୦୦ ଟଙ୍କା ରହିଥିବା ବେଳେ ଦିଲ୍ଲୀ ଓ ମୁମ୍ବାଇରେ ୬୧,୫୦୦ ଟଙ୍କା ରହିଛି । କଲିକତା ଏବଂ ବାଙ୍ଗାଲୋରରେ ରୁପା କେଜି ଦାମ୍ ୬୧,୫୦୦ ଟଙ୍କା ରହିଥିବା ବେଳେ ହାଇଦ୍ରାବାଦରେ ୬୫,୩୦୦ ଟଙ୍କା ରହିଛି।
gold rate today/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)