Advertisment

କମିଲା ସୁନା ଦର,ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

କମିଲା ସୁନା ଦର,ଦୀପାବଳା ଓ ଧନତେରାସ ପୂର୍ବରୁ କମିଛି ସୁନାର ଦାମ୍ । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୧୪୦ ଟଙ୍କା କମି ୪୭,୧୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୪୦ ଟଙ୍କା କମି ୪୮,୧୩୦ ଟଙ୍କା ହୋଇଛି । ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି ।

Gold Price Today

Gold Price Today

Advertisment

ନୂଆଦିଲ୍ଲୀ: କମିଲା ସୁନା ଦର,ଦୀପାବଳା ଓ ଧନତେରାସ ପୂର୍ବରୁ କମିଛି ସୁନାର ଦାମ୍ । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୧୪୦ ଟଙ୍କା କମି ୪୭,୧୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୪୦ ଟଙ୍କା କମି ୪୮,୧୩୦ ଟଙ୍କା ହୋଇଛି । ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି ।

Advertisment

ନୂଆଦିଲ୍ଲୀରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୯୦୦ ଟଙ୍କା ଓ ୫୧,୧୬୦ ଟଙ୍କା ରହିଛି। । ସେହିପରି ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୧୩୦ ଟଙ୍କା ଓ ୪୮,୧୩୦ ଟଙ୍କା ଥିବା ରେକର୍ଡ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୪,୭୮୦ ଟଙ୍କା ଓ ୪୯,୧୩୦ ଟଙ୍କା ହୋଇଛି।

Advertisment

ଦେଶର ପ୍ରମୁଖ ସହର କୋଲକୋତାରେ ୨୨ କ୍ୟାରେଟ ମୂଲ୍ୟ ୪୭,୪୦୦ ଟଙ୍କା ଓ ୨୪ କ୍ୟାରେଟ ମୂଲ୍ୟ ୫୦,୧୦୦ ଟଙ୍କା ରହିଛି । ,ସେହିପରି ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୦୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୧୮୦ ଟଙ୍କା ଥିବା ରେକର୍ଡ ହୋଇଛି । ଅନ୍ୟପଟେ ରୁପାର ମୂଲ୍ୟ ଆଜି ମଧ୍ୟ କମ୍ ରହିଛି । ଆଜି ରୁପା କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା କମି ୬୪,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।

ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Advertisment
Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ