/odishatv-khabar/media/post_attachments/uploadimage/library/16_9/16_9_0/IMAGE_1635773337.jpg)
Gold rate today
ଲଗାତାର ୩ ଦିନ ହେବ ହ୍ରାସ ପାଇଛି ସୁନାର ଦାମ୍ । ଦୀପାବଳୀ ଓ ଧନତେରାସ ପୂର୍ବରୁ କମିଛି ସୁନା ଦର । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୪୩,୯୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ୪୭,୯୮୦ ଟଙ୍କା ରହିଛି।
Gold ଦେଶର ପ୍ରମୁଖ ସହରମାନଙ୍କରେ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି । ନୂଆଦିଲ୍ଲୀରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୮୫୦ ଟଙ୍କା ଓ ୫୧,୧୦୦ ଟଙ୍କା ରହିଛି। ସେହିପରି ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୭୪୦ ଟଙ୍କା ଓ ୪୭, ୭୪୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୦୬୦ ଟଙ୍କା ଓ ୪୯,୦୫୦ ଟଙ୍କା ହୋଇଛି ।
ଦେଶର ପ୍ରମୁଖ ସହରରେ ମଧ୍ୟ ସୁନାର ମୂଲ୍ୟ ଭିନ୍ନ ଭିନ୍ନ ରହିଛି । ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୧୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୨୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପ୍ରମୁଖ ସହର କୋଲକାତାରେ ୪୭,୧୫୦ ଟଙ୍କା ଓ ୪୯,୮୫୦ ଟଙ୍କା ରହିଛି । ଏପଟେ ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି । ରୁପା କିଲୋଗ୍ରାମ ୬୪,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)