Gold rate today
ନୂଆଦିଲ୍ଲୀ: ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୩,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୭,୭୦୦ ଟଙ୍କା ରହିଛି । ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି । ନୂଆଦିଲ୍ଲୀରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୨୬୦ ଟଙ୍କା ଓ ୫୧,୫୬୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୨୨୦ ଟଙ୍କା ଓ ୪୭,୨୨୦ ଟଙ୍କା ଥିବା ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୦୨୦ ଟଙ୍କା ଓ ୪୯,୨୦୦ ଟଙ୍କା ଛୁଇଁଛି ।
Gold Necklaceଦେଶର ପ୍ରମୁଖ ସହରରେ ମଧ୍ୟ ଭିନ୍ନ ଭିନ୍ନ ଦର ଦାମ୍ ରହିଛି । ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୫୧୦ ଟଙ୍କା ଓ ୫୦,୨୧୦ ଟଙ୍କା ରହିଛି । ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୪୯୪ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୬୩୦ ଟଙ୍କା ଥିବା ରେକର୍ଡ ହୋଇଛି । ଏହଛଡ଼ା ରୂପାର ମୂଲ୍ୟ ଆଜି କମ୍ ରହିଛି । ଆଜି କିଲୋଗ୍ରାମ ପ୍ରତି ରୂପା ୬୪,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ କରାଯାଇଛି ।
Also Read
ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1636376321.jpg)


