Advertisment

ପୁଣି ବଢ଼ିଲା ସୁନା ଓ ରୂପାର ଦାମ୍‌

ପୁଣି ବଢିଲା ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୧୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୮,୨୨୦ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୨୭୦ ଟଙ୍କା ଓ ୫୦,୪୦୦ ଟଙ୍କା ହୋଇଛି । ଏହାଛଡ଼ା ଆଜି ରୁପା ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି।

ଅଦ୍ୟତନ ହୋଇଛି
Gold rate Today

Gold rate Today

Advertisment

 ନୂଆଦିଲ୍ଲୀ: ବଢ଼ିଲା ସୁନା ଦର।‌ ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୧୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୮,୨୨୦ ଟଙ୍କା ରହିଥିବା ଜଣାଯାଇଛି । ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି ।

Advertisment

ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟରେ ୪୭,୧୫୦ ଟଙ୍କା ଓ ୫୧,୪୦୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ଯଥାକ୍ରମେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୯୯୦ ଟଙ୍କା ଓ ୪୭,୯୯୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୨୭୦ ଟଙ୍କା ଓ ୫୦,୪୦୦ ଟଙ୍କା ହୋଇଛି।

ଦେଶର ବିଭିନ୍ନ ପ୍ରମୁଖ ସହରରେ ସୁନାର ଦର ଭିନ୍ନ ଭିନ୍ନ ରହିଛି । ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟରେ ୪୭,୪୫୦ ଟଙ୍କା ଓ ୫୦,୧୫୦ ଟଙ୍କା ରହିଛି । ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୫୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୬୭୦ ଟଙ୍କା ଥିବା ରେକର୍ଡ ହୋଇଛି। ଏହାଛଡ଼ା ଆଜି ରୁପା ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୪୦୦ ଟଙ୍କା ବଢ଼ି ୬୪,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।

Advertisment
Gold NeclkesGold Necklace

ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Gold Rate Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ