Gold rate today
ଦେଶର ପ୍ରମୁଖ ସହରମାନଙ୍କରେ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୨୩୦ ଟଙ୍କା କମି ୪୮,୩୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୨୩୦ ଟଙ୍କା କମି ୪୪,୨୫୦ ଟଙ୍କା ହୋଇଛି । ନୂଆଦିଲ୍ଲୀରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟରେ ସୁନାର ଦାମ୍ ୪୭,୪୫୦ ଟଙ୍କା ଓ ୫୧,୭୦୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୪୧୦ ଟଙ୍କା ଓ ୪୮,୪୧୦ ଟଙ୍କା ଥିବା ରେକର୍ଡ ହୋଇଛି ।
ଦେଶରେ ବିଭିନ୍ନ ସ୍ଥାନରେ ସୁନାର ଦାମ୍ ଅଲଗା ଅଲଗା ରହିଛି । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୩୦୦ ଟଙ୍କା ଓ ୪୯,୫୮୦ ଟଙ୍କା ହୋଇଛି । ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୫୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୬୮୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୫୦ ଟଙ୍କା ଓ ୫୦,୧୫୦ ଟଙ୍କା ରହିଛି ।
gold rate todayଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୦୦ ଟଙ୍କା କମି ୬୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1640167063.jpg)