/odishatv-khabar/media/post_attachments/uploadimage/library/16_9/16_9_0/IMAGE_1640609647.jpg)
gold rate today
ଏବେ ଚାଲିଛି ବିବାହର ଋତୁ । ଆପଣ ନିଶ୍ଟୟ ସୁନା କିଣିବାକୁ ଚାହୁଁଥିବେ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ୪୪,୨୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୨୬୦ ଟଙ୍କା ହୋଇଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୩୫୦ ଟଙ୍କା ଓ ୪୯,୭୧୦ ଟଙ୍କା ହୋଇଛି।
ଦେଶର ବିଭିନ୍ନ ସ୍ଥାନରେ ସୁନାର ଦାମ୍ ଭିନ୍ନ ଭିନ୍ନ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୩୧୦ ଟଙ୍କା ଓ ୪୮,୩୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୫୧୦ ଟଙ୍କା ଓ ୫୧,୮୧୦ ଟଙ୍କା ରହିଛି।
ସେହିପରି ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୬୬୮ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୮୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୬୦ ଟଙ୍କା ଓ ୫୦,୧୬୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)