gold rate today
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୩,୭୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୮୦୦ ଟଙ୍କା ହୋଇଛି। ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୦୫୦ ଟଙ୍କା ଓ ୫୧,୩୨୦ ଟଙ୍କା ରହିଛି। ସେହିପରି ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୭୬୦ ଟଙ୍କା ଓ ୪୮,୭୬୦ ଟଙ୍କା ଥିବା ରେକର୍ଡ ହୋଇଛି ।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୦୫୦ ଟଙ୍କା ଓ ୪୯,୧୫୦ ଟଙ୍କା ହୋଇଛି। ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୧୪୫ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୩୨୫୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୦୫୦ ଟଙ୍କା ଓ ୪୯,୭୫୦ ଟଙ୍କା ରହିଛି ।
ଏପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି । ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1640952234.jpg)