Advertisment

ନୂଆବର୍ଷରେ କିଣିବାକୁ ଚାହୁଁଛନ୍ତି କି ସୁନା? ଜାଣନ୍ତୁ ଆଜି କେତେ ରହିଛି ଦାମ୍

ବଢିଲା ସୁନାର ଦାମ୍ । ଗତକାଲି ସୁନାର ଦାମ୍ ୨୨ କ୍ୟାରେଟ୍ ୧୦ ଗ୍ରାମ ପ୍ରତି ୪୩,୭୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୮୦୦ ଟଙ୍କା ରହିଥିଲା । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୦୮୦ ଟଙ୍କା ରହିଛି ।

author-image
Pallipuspa Samal
ଅଦ୍ୟତନ ହୋଇଛି
gold rate today

gold rate today

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୦୮୦ ଟଙ୍କା ରହିଛି। ଦେଶର ବିଭିନ୍ନ ସ୍ଥାନରେ ଅଲଗା ଅଲଗା ଦାମ୍ ରହିଛି । ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନା ଦର ୪୭,୨୫୦ ଟଙ୍କା ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟରେ ୫୧,୫୧୦ ରହିଛି । ସେହିପରି ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୦୧୦ ଟଙ୍କା ଓ ୪୯,୦୧୦ ଟଙ୍କା ଥିବା ରେକର୍ଡ ହୋଇଛି ।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୨୪୦ ଟଙ୍କା ଓ ୪୯,୩୪୦ ଟଙ୍କା ହୋଇଛି । ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୪୬୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୬୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୧୫୦ ଟଙ୍କା ଓ ୪୯,୮୫୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦୦ ଟଙ୍କା ବଢ଼ି ୬୨,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Rate Today
Advertisment
Advertisment