Advertisment

ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନାର ଦାମ୍

ସ୍ଥିର ଅଛି ସୁନାର ଦାମ୍ । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟରେ ୧୦ ଗ୍ରାମ ପ୍ରତି ୪୮,୦୮୦ ଟଙ୍କା ରହିଛି। ଦେଶର ବିଭିନ୍ନ ସ୍ଥାନରେ ଅଲଗା ଅଲଗା ଦାମ୍ ରହିଛି।

ଅଦ୍ୟତନ ହୋଇଛି
gold rate today

gold rate today

Advertisment

ଆଜି ଭାରତୀୟ ବଜାରରେ ସୁନାର ଦାମ୍ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୦୮୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ସୁନାର ଦର ୪୭,୨୫୦ ଟଙ୍କା ଓ ୫୧,୫୨୦ ଟଙ୍କା ରହିଛି। ସେହିପରି ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୦୧୦ ଟଙ୍କା ଓ ୪୯,୦୧୦ ଟଙ୍କା ଥିବା ରେକର୍ଡ ହୋଇଛି ।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୨୪୦ ଟଙ୍କା ଓ ୪୯,୩୪୦ ଟଙ୍କା ହୋଇଛି। ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୪୬୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୬୦୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି କୋଲକାତାରେ ଯଥାକ୍ରମେ ୪୭,୧୫୦ ଟଙ୍କା ଓ ୪୯,୮୫୦ ଟଙ୍କା ରହିଛି ।

ସେହିପରି ଆଜି ରୁପା ମୂଲ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Rate Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ