Advertisment

କମିଛି ସୁନାର ଦର, ଜାଣନ୍ତୁ କେତେ ରହିଛି ସୁନାର ଦାମ୍

ଏବେ ଚାଲିଛି ବିବାହର ଋତୁ । ଆପଣ ସୁନା କିଣିବାକୁ ଚାହୁଁଛନ୍ତି କି ? ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୩ ,୫୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୫୮୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୭୫୦ ଟଙ୍କା ଓ ୫୧, ୦୦୦ ଟଙ୍କା ରହିଛି। ଆଜି ରୁପା ମୂଲ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦,୭୦୦ ଟଙ୍କା ରହିଛି ।

author-image
Pallipuspa Samal
ଅଦ୍ୟତନ ହୋଇଛି
gold rate today

gold rate today

ଆଜି ଭାରତୀୟ ବଜାରରେ ହ୍ରାସ ପାଇଛି ସୁନାର ଦାମ୍‌। ଗ୍ରାମ୍‌ ପ୍ରତି ଦାମ୍‌ ୨୫୦ ଟଙ୍କା ପର୍ଯ୍ୟନ୍ତ ହ୍ରାସ ପାଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୩ ,୫୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୫୮୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୫୧୦ ଟଙ୍କା ଓ ୪୮,୫୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୭୫୦ ଟଙ୍କା ଓ ୫୧, ୦୦୦ ଟଙ୍କା ରହିଛି।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୪, ୯୪୦ ଟଙ୍କା ଓ ୪୮, ୩୦୦ ଟଙ୍କା ହୋଇଛି। ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୪, ୯୧୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯, ୦୦୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬, ୭୫୦ ଟଙ୍କା ଓ ୪୯, ୪୫୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି । ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Advertisment
Gold Rate Today
Advertisment
Advertisment