Advertisment

ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ପୁଣି ବଢିଲା ସୁନାର ଦାମ୍ । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୩,୭୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୭୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୬୫୦ ଟଙ୍କା ଓ ୫୦,୯୦୦ ଟଙ୍କା ରହିଛି।

author-image
Pallipuspa Samal
ଅଦ୍ୟତନ ହୋଇଛି
gold rate today

gold rate today

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୩,୭୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୭୦୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୬୫୦ ଟଙ୍କା ଓ ୫୦,୯୦୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୫୯୦ ଟଙ୍କା ଓ ୪୮,୫୯୦ ଟଙ୍କା ଥିବା ରେକର୍ଡ ରହିଛି।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୪,୭୦୦ ଟଙ୍କା ଓ ୪୮,୯୦୦ ଟଙ୍କା ହୋଇଛି। ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୨୦୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୪୯,୫୫୦ ଟଙ୍କା ରହିଛି ।

ଏପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Advertisment
Gold Rate Today
Advertisment
Advertisment