Advertisment

ବଢିଲା ସୁନାର ଦାମ୍, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ପୁଣି ବଢିଲା ସୁନାର ଦାମ୍ । ଭାରତୀୟ ବଜାରରେ ସୁନାର ଦାମ୍ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୩,୯୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୯୪୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟରେ ୪୬,୯୫୦ ଟଙ୍କା ଓ ୫୦,୨୧୦ ଟଙ୍କା ରହିଛି।

author-image
Pallipuspa Samal
ଅଦ୍ୟତନ ହୋଇଛି
gold rate today

gold rate today

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୩,୯୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୯୪୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୯୪୦ ଟଙ୍କା ଓ ୪୮,୯୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୫୦ ଟଙ୍କା ଓ ୫୦,୨୧୦ ଟଙ୍କା ରହିଛି।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୪,୮୦୦ ଟଙ୍କା ଓ ୪୮,୦୧୦ ଟଙ୍କା ହୋଇଛି। ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୩୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୪୩୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୧୦୦ ଟଙ୍କା ଓ ୪୯,୮୦୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Advertisment
Gold Rate Today
Advertisment
Advertisment