Advertisment

ପୁଣି ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଦାମ୍

ପୁଣି ବଢିଲା ସୁନାର ଦର । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୧୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ସୁନାର ଦାମ୍ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟରେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୬୦ ଟଙ୍କା ଓ ୫୧,୨୨୦ ଟଙ୍କା ରହିଛି ।

author-image
Pallipuspa Samal
gold rate today

gold rate today

ଆଜି ଭାରତୀୟ ବଜାରରେ ସୁନାର ଦାମ୍ ବୃଦ୍ଧି ପାଇଛି । ଭାରତୀୟ ବଜାରରେ ସୁନାର ଦାମ୍ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୧୦୦ ଟଙ୍କା ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୧୦୦ ଟଙ୍କା ଓ ୪୯,୧୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୬୦ ଟଙ୍କା ଓ ୫୧,୨୨୦ ଟଙ୍କା ରହିଛି ।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୦୦୦ ଟଙ୍କା ଓ ୪୯,୨୨୦ ଟଙ୍କା ହୋଇଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୧୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୮,୨୦୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୨୧୦ ଟଙ୍କା ଓ ୫୦,୦୦୦ ଟଙ୍କା ରହିଛି ।

gold rate todaygold rate today

ସେହିପରି ଆଜି ରୁପା ମୂଲ୍ୟ କମିଛି । ଆଜି ରୁପା କିଲୋଗ୍ରାମ ପ୍ରତି ୬୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Advertisment
Gold Rate Today
Advertisment
Advertisment