gold rate today
ଆଜି ଭାରତୀୟ ବଜାରରେ ସୁନାର ଦାମ୍ ବୃଦ୍ଧି ପାଇଛି । ଭାରତୀୟ ବଜାରରେ ସୁନାର ଦାମ୍ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୧୦୦ ଟଙ୍କା ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୧୦୦ ଟଙ୍କା ଓ ୪୯,୧୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୬୦ ଟଙ୍କା ଓ ୫୧,୨୨୦ ଟଙ୍କା ରହିଛି ।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୦୦୦ ଟଙ୍କା ଓ ୪୯,୨୨୦ ଟଙ୍କା ହୋଇଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୧୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୮,୨୦୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୨୧୦ ଟଙ୍କା ଓ ୫୦,୦୦୦ ଟଙ୍କା ରହିଛି ।
gold rate todayସେହିପରି ଆଜି ରୁପା ମୂଲ୍ୟ କମିଛି । ଆଜି ରୁପା କିଲୋଗ୍ରାମ ପ୍ରତି ୬୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1642164119.jpg)