Advertisment

ଜାଣନ୍ତୁ, ଆପଣଙ୍କ ସହରରେ କେତେ ରହିଛି ସୁନା ଦାମ୍

ଏବେ ଚାଲିଛି ବିବାହର ଋତୁ । ଆପଣ ସୁନା କିଣିବାକୁ ଚାହୁଁଛନ୍ତି କି ? ତାହେଲେ ଜାଣି ନିଅନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନାର ଦାମ୍ । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୫୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୬୧୦ ଟଙ୍କା ରହିଛି । ଆଜି ରୁପା କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୪,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

author-image
Pallipuspa Samal
ଅଦ୍ୟତନ ହୋଇଛି
gold rate today

gold rate today

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୫୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୬୧୦ ଟଙ୍କା ରହିଛି । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୬୬୦ ଟଙ୍କା ଓ ୫୦,୦୦୦ ଟଙ୍କା ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୫୨୦ ଟଙ୍କା ଓ ୪୯,୫୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟରେ ୪୭,୭୯୦ ଟଙ୍କା ଓ ୫୨,୦୯୦ ଟଙ୍କା ରହିଛି ।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି । ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୬,୦୨୫ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୦,୨୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୬୯୦ ଟଙ୍କା ଓ ୫୦,୩୯୦ ଟଙ୍କା ରହିଛି ।

gold rate todaygold rate today

ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୪,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Advertisment
Gold Rate Today
Advertisment
Advertisment