Advertisment

ସାମାନ୍ୟ ବଢିଛି ସୁନା ଦର, ଜାଣନ୍ତୁ କେତେ ରହିଛି ସୁନାର ଦାମ୍

କମିଛି ସୁନା ଦର । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୭୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୮୬୦ ଟଙ୍କା ରହିଛି। ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୪,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।

author-image
Pallipuspa Samal
gold rate today

gold rate today

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୭୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୮୬୦ ଟଙ୍କା ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୯୦୦ ଟଙ୍କା ଓ ୪୯,୮୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୯୦୦ ଟଙ୍କା ଓ ୫୦,୧୦୦ ଟଙ୍କା ରହିଛି।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୯୦୦ ଟଙ୍କା ଓ ୫୦,୩୦୦ ଟଙ୍କା ହୋଇଛି। ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୬,୩୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୦,୫୨୦ ଟଙ୍କା ଥିବା ରେକର୍ଡ ହୋଇଛି ।  ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୯୦୦ ଟଙ୍କା ଓ ୪୮,୬୦୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୪,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Rate Today
Advertisment
Advertisment