ଏବେ ଚାଲିଛି ବିବାହର ଋତୁ । ଆପଣ ନିଶ୍ଚୟ ସୁନା କିଣିବାକୁ ଚାହୁଁଥିବେ । ତେବେ ସୁନା କିଣିବାକୁ ଯିବା ପୂର୍ବରୁ ଜାଣି ନିଅନ୍ତୁ ଆଜିର ସୁନାର ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୩,୮୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୯୨୦ ଟଙ୍କା ରହିଛି। ଦେଶର ବିଭିନ୍ନ ସ୍ଥାନରେ ସୁନାର ଦର ଅଲଗା ଅଲଗା ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୧୫୦ ଟଙ୍କା ଓ ୪୯,୨୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟରେ ୪୫,୧୫୦ ଟଙ୍କା ଓ ୪୯,୩୦୦ ଟଙ୍କା ରହିଛି।
Also Read
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫, ୧୫୦ ଟଙ୍କା ଓ ୪୯,୪୮୦ଟଙ୍କା ହୋଇଛି।ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୪୯୪ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୬୩୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୧୫୦ ଟଙ୍କା ଓ ୪୯,୨୫୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।