ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୨୫୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୪,୯୦୦ ଟଙ୍କା ଓ ୪୮,୯୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ସୁନାର ଦାମ୍ ୪୪,୯୦୦ ଟଙ୍କା ଓ ୪୮,୯୮୦ ଟଙ୍କା ରହିଛି।
Also Read
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୪, ୯୦୦ ଟଙ୍କା ଓ ୪୮,୯୮୦ଟଙ୍କା ହୋଇଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୫୨୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୭୦୫ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୯୦୦ ଟଙ୍କା ଓ ୪୯,୦୯୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।