/odishatv-khabar/media/post_attachments/uploadimage/library/16_9/16_9_0/IMAGE_1644219054.jpg)
gold rate today
ଏବେ ଚାଲିଛି ବିବାହର ଋତୁ । ଆପଣ ସୁନା କିଣିବାକୁ ଚାହୁଁଛନ୍ତି କି ? ତେବେ ସୁନା କିଣିବାକୁ ଯିବା ପୂର୍ବରୁ ଜାଣି ନିଅନ୍ତୁ ସୁନାର ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୨୦୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫, ୧୦୦ ଟଙ୍କା ଓ ୪୯, ୨୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୧୦୦ ଟଙ୍କା ଓ ୪୯, ୨୦୦ ଟଙ୍କା ରହିଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୧୦୦ ଟଙ୍କା ଓ ୪୯, ୨୦୦ଟଙ୍କା ହୋଇଛି। ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫, ୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯, ୪୫୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୧୦୦ ଟଙ୍କା ଓ ୪୯,୨୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)