Advertisment

ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ବଢିଲା ସୁନା ଦର । ଆପଣ ସୁନା କିଣିବାକୁ ଚାହୁଁଛନ୍ତି କି ? ତାହେଲେ ଜାଣି ନିଅନ୍ତୁ ଆଜିର ସୁନାର ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୮୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୯୨୦ ଟଙ୍କା ରହିଛି ।

author-image
Pallipuspa Samal
gold rate today

gold rate today

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୮୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୯୨୦ ଟଙ୍କା ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୮୦୦ ଟଙ୍କା ଓ ୫୧,୦୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୮୧୦ ଟଙ୍କା ଓ ୫୧,୦୬୦ ଟଙ୍କା ରହିଛି।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬,୮୧୦ ଟଙ୍କା ଓ ୫୧,୦୬୦ ଟଙ୍କା ହୋଇଛି । ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୬,୨୦୮ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୧,୫୦୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୮୧୦ ଟଙ୍କା ଓ ୫୧,୦୬୦ ଟଙ୍କା ରହିଛି ।

ସେହିପରି ଆଜି ରୁପା କିଲୋଗ୍ରାମ ପ୍ରତି ୬୩,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Rate Today
Advertisment
Advertisment