Advertisment

ପୁଣି ବଢିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନାର ଦାମ୍

ପୁଣି ବଢିଲା ସୁନାର ଦାମ୍ । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୪୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୬୭୦ ଟଙ୍କା ରହିଛି । ଆଜି ରୁପା କିଲୋଗ୍ରାମ ପ୍ରତି ୬୪,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି

author-image
Pallipuspa Samal
ଅଦ୍ୟତନ ହୋଇଛି
gold price today

gold price today

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୪୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୬୭୦ ଟଙ୍କା ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬, ୩୪୦ ଟଙ୍କା ଓ ୫୦,୫୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୩୪୦ ଟଙ୍କା ଓ ୫୦,୫୬୦ ଟଙ୍କା ରହିଛି।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।  ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬,୩୪୦ ଟଙ୍କା ଓ ୫୦,୫୬୦ ଟଙ୍କା ହୋଇଛି। ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୫୭୫ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୧,୯୦୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୩୪୦ ଟଙ୍କା ଓ ୫୦,୫୬୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୪,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Today
Advertisment
Advertisment