Advertisment

ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ରହିଛି ସୁନାର ଦାମ୍

ପୁଣି ବଢ଼ିଲା ସୁନା ଦର ।‌ ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୦୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୧,୪୦୦ ଟଙ୍କା ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

author-image
Pallipuspa Samal
gold rate today

gold rate today

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୦୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୧,୪୦୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୭୦୦ ଟଙ୍କା ଓ ୫୨,୦୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୭୦୦ ଟଙ୍କା ଓ ୫୨,୦୪୦ ଟଙ୍କା ରହିଛି।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୭୦୦ ଟଙ୍କା ଓ ୫୨,୦୪୦ ଟଙ୍କା ହୋଇଛି। ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୬୫୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩,୦୮୦ ଟଙ୍କା ଥିବା ରେକର୍ଡ ହୋଇଛି। ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୭୦୦ ଟଙ୍କା ଓ ୫୨,୦୪୦ ଟଙ୍କା ରହିଛି।

ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Rate Today
Advertisment
Advertisment