/odishatv-khabar/media/post_attachments/uploadimage/library/16_9/16_9_0/IMAGE_1647245038.jpg)
gold price today
ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୦୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୨,୪୬୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮,୪୧୦ ଟଙ୍କା ଓ ୫୨,୮୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୪୧୦ ଟଙ୍କା ଓ ୫୨,୮୧୦ ଟଙ୍କା ରହିଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୪୧୦ ଟଙ୍କା ଓ ୫୨,୮୧୦ ଟଙ୍କା ହୋଇଛି। ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୯,୭୦୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୪,୨୨୫ ଟଙ୍କା ଥିବା ରେକର୍ଡ ହୋଇଛି। ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୪୧୦ ଟଙ୍କା ଓ ୫୨,୮୧୦ ଟଙ୍କା ରହିଛି।
ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୪,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି । ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)