Advertisment

କମିଲା ସୁନାର ଦର, ଜାଣନ୍ତୁ ଆପଣଙ୍କ ସହରର କେତେ ରହିଛି ସୁନାର ଦାମ୍

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୩୦୦ ଟଙ୍କା କମି ୪୭,୩୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୩୦ ଟଙ୍କା କମି ୫୧,୬୦୦ ଟଙ୍କା ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୧୦୦ ଟଙ୍କା କମି ୬୭,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

author-image
Pallipuspa Samal
gold rate today

gold rate today

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୩୦୦ ଟଙ୍କା କମି ୪୭,୩୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୩୦ ଟଙ୍କା କମି ୫୧,୬୦୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୩୦୦ ଟଙ୍କା ଓ ୫୧,୬୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୩୦୦ ଟଙ୍କା ଓ ୫୧,୬୦୦ ଟଙ୍କା ରହିଛି।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭,୩୦୦ ଟଙ୍କା ଓ ୫୧,୬୦୦ ଟଙ୍କା ହୋଇଛି । ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୮,୬୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୩୦୦ ଟଙ୍କା ଓ ୫୧,୬୦୦ ଟଙ୍କା ରହିଛି ।

ଆଜି ରୁପା କିଲୋଗ୍ରାମ ପ୍ରତି ୧୧୦୦ ଟଙ୍କା କମି ୬୭,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ । 

Advertisment
Gold Rate Today
Advertisment
Advertisment