ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନାର ଦାମ୍

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ଅପରିବର୍ତ୍ତିତ ରହି ୫୨,୫୯୦ ଟଙ୍କା ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୮,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

gold rate today

News Summary

ଜାଣନ୍ତୁ କେତେ ରହିଛି ସୁନାର ଦାମ୍

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ଅପରିବର୍ତ୍ତିତ ରହି ୫୨,୫୯୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮,୨୦୦ ଟଙ୍କା ଓ ୫୨,୫୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୨୦୦ ଟଙ୍କା ଓ ୫୨,୫୯୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୮,୨୦୦ ଟଙ୍କା ଓ ୫୨,୫୯୦ ଟଙ୍କା ହୋଇଛି। ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୮,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୮୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୨୦୦ ଟଙ୍କା ଓ ୫୨,୫୯୦ ଟଙ୍କା ରହିଛି ।

ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୮,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।