• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • କମିଲା ସୁନା ଦର

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୧୦୦ ଟଙ୍କା କମି ୪୭,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୨୦ ଟଙ୍କା କମି ୫୧,୯୮୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୬୫୦ ଟଙ୍କା ଓ ୫୧,୯୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୬୫୦ ଟଙ୍କା ଓ ୫୧,୯୮୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭,୬୫୦ ଟଙ୍କା ଓ ୫୧,୯୮୦ ଟଙ୍କା ହୋଇଛି। ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୬୫୦ ଟଙ୍କା ଓ ୫୧,୯୮୦ ଟଙ୍କା ରହିଛି ।

ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୧୦୦ ଟଙ୍କା କମି ୬୭,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

OTV is now on Whatsapp

Join and get latest news update delivered to you via whatsapp

Join Now