/odishatv-khabar/media/post_attachments/uploadimage/library/16_9/16_9_0/IMAGE_1651995895.jpg)
gold rate today
ଏବେ ଚାଲିଛି ବିବାହର ଋତୁ । ଗତକାଲି ଅପେକ୍ଷା ଆଜି ସୁନାର ଦାମ ବଢିଛି। ଗତକାଲି ଅପେକ୍ଷା ଆଜି ସୁନା ଦାମ ବଢିଛି। ଆଜି ଭାରତୀୟ ବଜାରରେ ସୁନାର ଦାମ୍ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ରହିଛି ୪୭ ହଜାର ୩୫୦ ଟଙ୍କା। ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ରହିଛି ୫୧,୬୯୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୧୦୦ ଟଙ୍କା ଓ ୫୧,୩୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୦୦ ଟଙ୍କା ଓ ୫୧,୩୮୦ ଟଙ୍କା ରହିଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୭ ହଜାର ୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧,୩୮୦ ଟଙ୍କା ଥିବା ଜଣାଯାଇଛି। ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୪୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୮୧୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୧୦୦ ଟଙ୍କା ଓ ୫୧,୩୮୦ ଟଙ୍କା ରହିଛି।
ଅନ୍ୟପଟେ ରୁପା ମୂଲ୍ୟ ଆଜି କମ୍ ରହିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୨,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)