Advertisment

ପ୍ରବଳ ବର୍ଷାରେ ଉବୁଟୁବୁ ତାମିଲନାଡ଼ୁ, ୪ ଜିଲ୍ଲାରେ ବନ୍ୟା ସ୍ଥିତି

ସାକ୍ଲୋନିକ ସାର୍କୁଲେସନ ପ୍ରଭାବରେ ଏହି ବର୍ଷା ହେଉଛି । ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ସାଙ୍ଗକୁ ପବନ ବହୁଥିବାରୁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି ।

ଅଦ୍ୟତନ ହୋଇଛି
Heavy Rain In Tamilnadu

Heavy Rain In Tamilnadu

Advertisment

ପ୍ରବଳ ବର୍ଷାରେ ଉବୁଟୁବୁ ତାମିଲନାଡ଼ୁ । ଦକ୍ଷିଣ ତାମିଲନାଡୁର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ସବୁଠୁ ବେଶୀ ପ୍ରଭାବିତ ହୋଇଛି କନ୍ୟାକୁମାରୀ ଜିଲ୍ଲା । ପ୍ରଭାବିତ ୪ ଜିଲ୍ଲାରେ NDRF ମୁତୟନ କରାଯାଇଛି । ଏହାସହ ଉଦ୍ଧାର କାର୍ଯ୍ୟ ପାଇଁ ୪ ହଜାର ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି । ପ୍ରବଳ ବର୍ଷା ଯୋଗୁ ବିମାନ ଓ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି । ପ୍ରଭାବିତ ୪ ଜିଲ୍ଲାରେ ସ୍କୁଲ, କଲେଜ ଓ ଅନ୍ୟ ଅନୁଷ୍ଠାନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ପ୍ରଭାବିତ ଅଞ୍ଚଳରେ ରିଲିଫ କାର୍ଯ୍ୟ ଚାଲିଛି ।

Advertisment

ସାକ୍ଲୋନିକ ସାର୍କୁଲେସନ ପ୍ରଭାବରେ ଏହି ବର୍ଷା ହେଉଛି । ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ସାଙ୍ଗକୁ ପବନ ବହୁଥିବାରୁ ଜୀବନଯାତ୍ରା ପ୍ରଭାବିତ ହୋଇଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ।

Advertisment
India Heavy Rain Tamilnadu
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ