Advertisment

ବୈଜୟନ୍ତଙ୍କୁ ମିଳିଲା ବଡ଼ ଦାୟିତ୍ୱ

ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। ଏହି କମିଟିରେ କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ସଦସ୍ୟ ମନୋନୀତ ହୋଇଛନ୍ତି। ସେହିପରି ଶିଳ୍ପପତି ଆନନ୍ଦ ମହିନ୍ଦ୍ରା, ସାଂସଦ ବିନୟ ସହସ୍ରବୁଦ୍ଧେ ବି ସଦସ୍ୟ ଅଛନ୍ତି। NCCକୁ ଅଧିକ ସମୟୋପଯୋଗୀ ପାଇଁ କମିଟି ବିଶ୍ଳେଷଣ କରିବ।

author-image
Chandan Shishu
ଅଦ୍ୟତନ ହୋଇଛି
Baijayant Panda

Baijayant Panda

ନୂଆଦିଲ୍ଲୀ: NCCକୁ ଅଧିକ ସମୟୋପଯୋଗୀ କରିବାକୁ ପ୍ରତିରକ୍ଷା ମନ୍ତ୍ରାଳୟ ଗଠନ କଲା ହାଇଲେବଲ ଏକ୍ସପର୍ଟ କମିଟି। ପ୍ରତିରକ୍ଷା ମନ୍ତ୍ରଣାଳୟର NCC ସୁଧାର ସଂକ୍ରାନ୍ତ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଅଧ୍ୟକ୍ଷ ହୋଇଛନ୍ତି ବୈଜୟନ୍ତ ପଣ୍ଡା। ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। ଏହି କମିଟିରେ କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ସଦସ୍ୟ ମନୋନୀତ ହୋଇଛନ୍ତି। ସେହିପରି ଶିଳ୍ପପତି ଆନନ୍ଦ ମହିନ୍ଦ୍ରା, ସାଂସଦ ବିନୟ ସହସ୍ରବୁଦ୍ଧେ ବି ସଦସ୍ୟ ଅଛନ୍ତି। NCCକୁ ଅଧିକ ସମୟୋପଯୋଗୀ ପାଇଁ କମିଟି ବିଶ୍ଳେଷଣ କରିବ। 

Advertisment

ଏନେଇ ଟ୍ୱିଟ୍‌ କରି ବୈଜୟନ୍ତ ପଣ୍ଡା କହିଛନ୍ତି ଯେ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତଥା ଅନେକ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କ ସହ କାମ କରିବାର ସମ୍ମାନ ଦେଇଥିବାରୁ ମୁଁ ପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କ ପ୍ରତି ଗଭୀର କୃତଜ୍ଞ। ଯୁବ ସଶକ୍ତୀକରଣ,ରାଷ୍ଟ୍ର ନିର୍ମାଣ ଏବଂ ରାଷ୍ଟ୍ରୀୟ ଏକତା ଅକ୍ଷୁର୍ଣ୍ଣ ରଖିବା ନିମନ୍ତେ ଏନସିସିରେ ସୁଧାର ଆଣିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ୱପ୍ନ ଆକାର ନେଉଛି।

Advertisment

ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଦ୍ୱାୟିତ୍ୱରେ ଅଛନ୍ତି। ଏହାସହ ସେ ଆସାମ ଓ ଦିଲ୍ଲୀ ପ୍ରଭାରୀ ଦାୟିତ୍ୱରେ  ଅଛନ୍ତି।  

India Baijayant 'Jay' Panda NCC
Advertisment
Advertisment