/odishatv-khabar/media/post_attachments/uploadimage/library/16_9/16_9_0/IMAGE_1747293826.jpg)
Operation Sindoor Against Terrorism
ଶ୍ରୀନଗର ଏୟାରବେସ୍ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ରାଜନାଥଙ୍କ ସହ ଅଛନ୍ତି ଉପରାଜ୍ୟପାଳ ମନୋଜ ସିହ୍ନା । ଅପରେସନ ‘ସିନ୍ଦୂର’ରେ ସାମିଲ ଯବାନମାନଙ୍କୁ ଭେଟିଛନ୍ତି। ସହିଦ ଯବାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ଅପରେସନ ‘ସିନ୍ଦୂର’ରେ ସାମିଲ ଯବାନମାନଙ୍କୁ ଭେଟିବା ସହ ସମ୍ବୋଧନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଯବାନମାନଙ୍କୁ ସମ୍ବୋଧନ କରି କହିଛନ୍ତି ଯେ, 'ଅପରେସନ ସିନ୍ଦୂର'ରେ ଆପଣ ଯାହା କଲେ ପୂରା ଦେଶବାସୀ ଗର୍ବିତ । ଜଣେ ନାଗରିକ ହିସାବରେ ମୁଁ ଆପଣଙ୍କୁ କୃତଜ୍ଞତା ଜଣାଉଛି । ପାକିସ୍ତାନ ବଙ୍କରକୁ ଆପଣ ଯେଭଳି ଧ୍ବଂସ କଲେ ସେ ଭୁଲି ପାରିବନି । ମୁଁ ଦେଶବାସୀଙ୍କ ସନ୍ଦେଶ ନେଇ ଆପଣଙ୍କ ପାଖକୁ ଆସିଛି । ସନ୍ଦେଶ ହେଉଛି, ଦେଶବାସୀ ଆପଣଙ୍କ ଉପରେ ଗର୍ବିତ ବୋଲି କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ।
ଅଧିକ ପଢ଼ନ୍ତୁ: ହାଲତ୍ ଟାଇଟ୍; ସିନ୍ଧୁ ଚୁକ୍ତି ବାତିଲ ନିଷ୍ପତ୍ତିର ପୁନର୍ବିଚାର ଲାଗି ଅପିଲ୍ କଲା ପାକିସ୍ତାନ !
ଆହୁରି କହିଛନ୍ତି ଯେ, ଅପରେସନ ସିନ୍ଦୂର ଆତଙ୍କବାଦ ବିରୋଧରେ ସବୁଠୁ ବଡ଼ ଆକ୍ସନ । ଭାରତ ପୂରା ବିଶ୍ବକୁ ସନ୍ଦେଶ ଦେଇଛି, ଆତଙ୍କବାଦକୁ ବରଦାସ୍ତ କରାଯିବନି । ଭାରତ ବିରୋଧରେ ଷଡ଼ଯନ୍ତ୍ର ବନ୍ଦ କରୁ ପାକିସ୍ତାନ । ପାକିସ୍ତାନ ନିଜ ମାଟିରେ ଆତଙ୍କବାଦୀଙ୍କୁ ନ ପୋଷୁ । ପାକିସ୍ତାନ ହାତରେ ପରମାଣୁ ରହିବା ସୁରକ୍ଷିତ କି ? ଆତଙ୍କବାଦ ଓ କଥାବାର୍ତ୍ତା ଏକସଙ୍ଗେ ଚାଲିବନି ବୋଲି ପ୍ରଧାନମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । ଯଦି କଥାବାର୍ତ୍ତା ହେବ କେବଳ POKକୁ ନେଇ । ଆମେ ପାକିସ୍ତାନର ପରମାଣୁ ବ୍ଲାକମେଲିଂକୁ ସହ୍ୟ କରିବୁନି ।
ଅନ୍ୟପଟେ ପହଲଗାମରେ ଆତଙ୍କୀମାନେ ଧର୍ମ ପଚାରି ନିର୍ଦ୍ଦୋଷକୁ ମାରିଲେ । ଆଉ ଆପଣମାନେ ଏହାର କଡ଼ା ଜବାବ ଦେଲେ । କିନ୍ତୁ ଆମେ କର୍ମ ଦେଖି ସେମାନଙ୍କ ବିନାଶ କଲୁ । ପାକିସ୍ତାନ IMF ପାଖରୁ ଋଣ ଆଣୁଛି, ଆମେ ଅନ୍ୟ ଦେଶକୁ ଫଣ୍ଡ ଦେଉ ବୋଲି କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)