Advertisment

ଜୟ ହିନ୍ଦ୍‌: ଦେଶ ପାଳୁଛି ୭୬ ତମ ସ୍ୱାଧୀନତା ଦିବସ

ଲାଲ୍‌କିଲ୍ଲାରେ ପତାକା ଉତ୍ତୋଳନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉତ୍ସବକୁ ଆଜାଦୀ କା ଅମୃତ ମହୋତ୍ସବ ଭାବେ ପାଳନ କରୁଛି।

ଅଦ୍ୟତନ ହୋଇଛି
Independence Day 2022

Independence Day 2022

Advertisment

ଆଜି ଦେଶ ପାଳନ କରୁଛି ୭୬ ତମ ସ୍ୱାଧୀନତା ଦିବସ। ଲାଲ୍‌କିଲ୍ଲାରେ ପତାକା ଉତ୍ତୋଳନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରୁଛନ୍ତି। ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉତ୍ସବକୁ ଆଜାଦୀ କା ଅମୃତ ମହୋତ୍ସବ ଭାବେ ପାଳନ କରୁଛି। ଏଥିସହ ସାରା ଦେଶରେ ଜାରି ରହିଛି ହର ଘର ତ୍ରିରଙ୍ଗା ଅଭିଯାନ।

Advertisment

ଘରେ ଘରେ ତ୍ରିରଙ୍ଗା ଉଡାଇବାକୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଛନ୍ତି। ସ୍ୱାଧୀନତା ଦିବସ ପାଇଁ ରାଜଧାନୀ ଦିଲ୍ଲୀ ସମେତ ସାରା ଦେଶରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସ୍ୱାଧୀନତା ଦିବସକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ ପାଳନ ହେବ। ତେବେ ଏଥର ବି ପରେଡ୍  ହେବନି।   

ସାଧାରଣ ଦର୍ଶକଙ୍କ ଗହଳିକୁ ବି ବାରଣ କରାଯାଇଛି। କରୋନା ସ୍ଥିତିକୁ ଦୃଟିରେ ରଖି ଗତବର୍ଷ ଭଳି ଏଥର ମଧ୍ୟ ନିରାଡମ୍ବର ଭାବେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ନିଷ୍ପତ୍ତି ଓଡ଼ିଶା ସରକାର ନେଇଛନ୍ତି। କେବଳ ଯାହା OSAP, ODRAF, BSF, SS ବାଟାଲିଅନ ଏବଂ ପୋଲିସ ଟିମ୍ ଦ୍ୱାରା ପରେଡ୍ କରାଯିବ।

Advertisment
Independence Day Azadi Ka Amrit Mahotsav Independence Day 2022
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ