/odishatv-khabar/media/post_attachments/uploadimage/library/16_9/16_9_0/IMAGE_1697046681.jpg)
Operation Ajay
ଯୁଦ୍ଧଗ୍ରସ୍ତ ଇସ୍ରାଏଲରୁ ଭାରତୀୟଙ୍କୁ ଉଦ୍ଧାର ପାଇଁ ଆରମ୍ଭ ହେଲା ଅପରେସନ୍ ଅଜୟ । ଇସ୍ରାଏଲରେ ଫସିଥିବା ଭାରତୀୟ ନାଗରିକଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ଫେରାଇ ଆଣିବା ପାଇଁ ଅପରେସନ୍ ଅଜୟ ଆରମ୍ଭ କଲେ କେନ୍ଦ୍ର ସରକାର । ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ।
ଯେଉଁ ଭାରତୀୟ ନାଗରିକମାନେ ଇସ୍ରାଏଲରୁ ଭାରତ ଫେରିବାକୁ ଇଚ୍ଛୁକ, ସେମାନଙ୍କ ପାଇଁ ସ୍ୱତନ୍ତ୍ର ଚାଟର୍ ଫ୍ଲାଇଟ୍ ଓ ଅନ୍ୟ ବନ୍ଦୋବସ୍ତ କରାଯାଇଥିବା ସେ ସୋସିଆଲ ମିଡିଆରେ ପ୍ରକାଶ କରିଛନ୍ତି । ବିଦେଶରେ ଥିବା ପ୍ରବାସୀ ଭାରତୀୟଙ୍କ ସୁରକ୍ଷା ଲାଗି ସରକାର ସର୍ବଦା ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି । ସୂଚନା ଯୋଗ୍ୟ ଯେ, ଇସ୍ରାଏଲ୍-ପାଲେଷ୍ଟାଇନ ଯୁଦ୍ଧ ଆରମ୍ଭ ହେବା ପରେ ଗତ ରବିବାର ଠାରୁ ତେଲଅଭିଭକୁ ବନ୍ଦ ରହିଛି ଏୟାରଇଣ୍ଡିଆ ବିମାନ ଚଳାଚଳ ।
ପୂର୍ବରୁ ମଧ୍ୟ ବିଭିନ୍ନ ଦେଶରେ ଯୁଦ୍ଧସ୍ଥିତି ବେଳେ ଭାରତୀୟଙ୍କୁ ଉଦ୍ଧାର ଲାଗି ବିଭିନ୍ନ ଅପରେସନ ସଫଳ ହୋଇଥିଲା । ଆଫଗାନିସ୍ତାନରୁ ଅପରେସନ ଦେବୀ ଶକ୍ତି, ୟୁକ୍ରେନରୁ ଅପରେସନ ଗଙ୍ଗା ଏବଂ ସୁଦାନରୁ ଅପରେସନ କାବେରୀ ଜରିଆରେ ପ୍ରବାସୀ ଭାରତୀୟଙ୍କୁ ଉଦ୍ଧାର କରାଯାଇଥିଲା । ଆଉ ଏବେ ଇସ୍ରାଏଲରୁ ଉଦ୍ଧାର ପାଇଁ ଆରମ୍ଭ ହୋଇଛି ଅପରେସନ ଅଜୟ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)