/odishatv-khabar/media/post_attachments/uploadimage/library/16_9/16_9_0/Modi_1746586426.jpg)
Modi
ପାକିସ୍ତାନ ଭିତରେ ଆତଙ୍କବାଦୀଙ୍କ ଶିବିର ଉପରେ ବର୍ଷିଲା ବୋମା । ଘନ ଘନ ମିସାଇଲ ମାଡ଼ରେ ଧ୍ୱଂସ ହୋଇଗଲା ଆତଙ୍କୀ ଗଡ଼। ପ୍ରଧାନମନ୍ତ୍ରୀ ଆବାସରୁ ପୂରା ଅପରେସନ୍ ଦେଖୁଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅପରେସନର ସମସ୍ତ ସୂଚନା ନେଉଥିଲେ ପ୍ରଧାନମନ୍ତ୍ରୀ। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀଙ୍କ ସହ ଯୋଗାଯୋଗରେ ଥିଲେ ୩ ସେନା ମୁଖ୍ୟ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅବଗତ କରାଉଥିଲେ NSA ଅଜିତ ଡୋଭାଲ୍।
ଅଧିକ ପଢ଼ନ୍ତୁ: ପାକିସ୍ତାନରେ ବଡ଼ ଏୟାରଷ୍ଟ୍ରାଇକ୍, ମିସାଇଲ୍ ମାଡ଼ରେ ଛାରଖାର୍ ଆତଙ୍କୀ ଆଡ୍ଡା
ଉଲ୍ଲେଖଯୋଗ୍ୟ, ଗତକାଲି ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତ କରିଥିଲା ବଡ଼ ଏୟାରଷ୍ଟ୍ରାଇକ୍ । ପାକ୍ ଅଧିକୃତ କାଶ୍ମୀରରେ କରିଥିଲା ପ୍ରଚଣ୍ଡ ହମଲା । ଲଢୁଆ ଯୁଦ୍ଧ ବିମାନ ଓ ମିସାଇଲ ଯୋଗେ ଆତଙ୍କୀ ଶିବିରରେ ବଡ଼ ଆଟାକ୍ କରିଥିଲେ ଭାରତୀୟ ସେନା । ମୋଟ୍ ୯ଟି ସ୍ଥାନକୁ କରାଯାଇଥିଲା ଟାର୍ଗେଟ୍ । ସେନାର ଏହି ଅପରେସନ ନାମ ରଖାଯାଇଥିଲା 'ସିନ୍ଦୂର' । ପହଲଗାମ୍ ଧର୍ମ ପଚାରି ପୁରୁଷ ପର୍ଯ୍ୟଟକଙ୍କ ସେମାନଙ୍କ ପତ୍ନୀ ଓ ପରିବାର ଆଗରେ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ 'ଅପରେସନ୍ ସିନ୍ଦୂର' ମାଧ୍ୟମରେ କଡ଼ା ଗଣ୍ଡା ଜବାବ ଦେଇଥିଲା ଭାରତୀୟ ସେନା ।
ଯେଉଁ ମୁହୂର୍ତ୍ତକୁ ପ୍ରତିଟି ଭାରତୀୟଙ୍କ ଅପେକ୍ଷା ଥିଲା, ସେହି ପହଲଗାମ୍ ନରସଂହାରର ପ୍ରତିଶୋଧ ନେଇଛି ଭାରତ । ପହଲଗାମ ବଦଲା ବିରୋଧରେ ଅପରେସନ୍ ସିନ୍ଦୁର । ରାତି ଅଧିଆ ମିସାଇଲ୍ ମାଡ଼ କରି ପାକିସ୍ତାନ ଏବଂ ପିଓକରେ ଆଟାକ୍ କରିଛି ସେନା। ହମଲାରେ ସାମିଲ ହୋଇଥିଲେ ୮ ସୁଖୋଇ, ୪ ରାଫେଲ୍। ଏଥିସହ ବ୍ରହ୍ମୋସ ମିସାଇଲ୍ ମାଡ଼ ହୋଇଛି । ମିସାଇଲ୍ ମାଡରେ ଛାରଖାର ହୋଇଛି ଆତଙ୍କବାଦୀଙ୍କ ୯ ଶିବିର । ଏନେଇ ଭାରତୀୟ ସେନା ପକ୍ଷରୁ ସ୍ପଷ୍ଟ କରାଯାଇଛି । ସୋସିଆଲ୍ ମିଡିଆରେ ପୋଷ୍ଟରେ ସେନା ପକ୍ଷରୁ ଲେଖାଯାଇଛି ନ୍ୟାୟ ହେଲା, ଜୟ ହିନ୍ଦ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)