• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ମହାକାଶ ଗବେଷଣାରେ ଇସ୍ରାକୁ ବଡ଼ ସଫଳତା । ଚନ୍ଦ୍ରୟାନ ଥ୍ରୀରେ ବ୍ୟବହାର ହୋଇଥିବା ପ୍ରୋପଲସନ ମଡ୍ୟୁଲକୁ ପୃଥିବୀ କକ୍ଷକୁ ଫେରାଇ ଆଣିବାରେ ଇସ୍ରୋ ସଫଳ ହୋଇଛି । ଚନ୍ଦ୍ରଯାନ ଥ୍ରୀକୁ ଚନ୍ଦ୍ର କକ୍ଷରେ ପହଞ୍ଚାଇବାରେ ସଫଳ ଭୂମିକା ନେଇଥିବା ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଠାରୁ ଅଲଗା ହୋଇ ଚନ୍ଦ୍ର କକ୍ଷରେ ବୁଲୁଥିଲା । ଏହାକୁ ଫେରାଇ ଆଣିବାରେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ସଫଳ ହୋଇଛି ।

ତେବେ କେବଳ ଚନ୍ଦ୍ର ପୃଷ୍ଟକୁ ପ୍ରେରଣ ନୁହେଁ ଏଥର ଫେରାଇ ଆଣିବାର କ୍ଷମତା ମଧ୍ୟ ରଖୁଛି ଇସ୍ରୋ । ତେବେ ଚନ୍ଦ୍ର ପୃଷ୍ଠରେ ଥିବା ଲ୍ୟାଣ୍ଡର ଓ ରୋଭର ଫ୍ରିଜ୍ ହୋଇନଥିବାରୁ ସେମାନଙ୍କୁ କାର୍ଯ୍ୟକ୍ଷମ କରିବାକୁ ଯୋଜନା କରାଯାଉଥିବା ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି । ଗତ ଜୁଲାଇ ୧୪ରେ ଲ୍ୟାଣ୍ଡର ବିକ୍ରମ ଓ ରୋଭର ପ୍ରଜ୍ଞାନଙ୍କୁ ନେଇ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା ସ୍ପେଶକ୍ରାଫ୍ଟ । ଏହା ଅଗଷ୍ଟ ୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁରେ ସଫଳତାର ସହ ଅବତରଣ କରିଥିଲା ।