Advertisment

ଗ୍ୟାଙ୍ଗଷ୍ଟରରୁ ରାଜନେତା ପାଲଟିଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ

ଗତ ୧୩ରେ ଅନସାରୀଙ୍କୁ ଆଜୀବନ ସଜା ଶୁଣାଇଥିଲେ କୋର୍ଟ । ମିଥ୍ୟା ଅସ୍ତ୍ରଶସ୍ତ୍ର ଲାଇସେନ୍ସ ମାମଲାରେ ଦଣ୍ଡାଦେଶ ହୋଇଥିଲା ।

ଅଦ୍ୟତନ ହୋଇଛି
undefined

Mukhtar Ansari

Advertisment

ଗ୍ୟାଙ୍ଗଷ୍ଟରରୁ ରାଜନେତା ପାଲଟିଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ । ହୃଦଘାତ ପରେ ଚିକିତ୍ସାଧୀନ ଅବସ୍ଥାରେ ମୁଖତାର ଅନସାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବାନ୍ଦା ଜେଲ୍‌ରେ ହୃଦଘାତ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ୟୁପିର ମାଉ ଆସନରୁ ସେ ୫ ଥର ବିଧାୟକ ନିର୍ବାଚିତ ହୋଇଥିଲେ । ୧୯୯୬ରୁ ୨୦୨୨ ଯାଏଁ ବିଧାୟକ ଭାବେ ସେ ଦାୟିତ୍ୱ ତୁଲାଇଛନ୍ତି । ଗତ ୧୩ରେ ଅନସାରୀଙ୍କୁ ଆଜୀବନ ସଜା ଶୁଣାଇଥିଲେ କୋର୍ଟ । ମିଥ୍ୟା ଅସ୍ତ୍ରଶସ୍ତ୍ର ଲାଇସେନ୍ସ ମାମଲାରେ ଦଣ୍ଡାଦେଶ ହୋଇଥିଲା ।

Advertisment

ରମଜାନ ଚାଲିଥିବାରୁ ଜେଲରେ ଥାଇ ମଧ୍ୟ ମୁକ୍ତାର ଉପବାସ କରିଥିଲେ। ଦିନ ତମାମ ଉପବାସ କରିଥିବା ବେଳେ ସେ ସନ୍ଧ୍ୟାରେ ଏହାକୁ ଭଙ୍ଗ କରିଥିଲେ। କିନ୍ତୁ ହଠାତ ସେ ଉପବାସ ଭଙ୍ଗ କରିବା ମାତ୍ରେ ଅସୁସ୍ଥତା ଅନୁଭବ କରିଥିଲେ। ସେ ତଳେ ବସି ପଡ଼ିବା ସହ ବାନ୍ତି କରିବା ଆରମ୍ଭ କରିଥିଲେ। ସମୟକ୍ରମେ ସେ ତାଙ୍କ ଅବସ୍ଥା ଆହୁରି ଖରାପ ହୋଇ ଯାଇଥିଲା। 

ସେ ହାର୍ଟ ଆଟାକର ସାମନା କରିବାରୁ ତାଙ୍କୁ ବନ୍ଦା ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।ମୁକ୍ତାର ଅନସାରୀଙ୍କ ନାଁରେ ବିଭିନ୍ନ ଥାନାରେ ୫୨ଟି କେସ୍‌ ରହିଥିଲା। ସେ ଏକାଧିକ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଆଉ କିଛି ବିଚାରାଧୀନ ରହିଥିଲା।  

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ