• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sonali Ojha

ଆଜି ଜାମ୍ମୁ ଓ କାଶ୍ମୀରରେ ତୃତୀୟ ତଥା ଶେଷ ପର୍ଯ୍ୟାୟ ଭୋଟ। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ଶେଷ ପର୍ଯ୍ୟାୟରେ ୪୦ଟି ଆସନ ପାଇଁ ଭୋଟ ଗ୍ରହଣ ଚାଲିଛି । ଜାମ୍ମୁ ଅଞ୍ଚଳର ୨୪ ଓ କାଶ୍ମୀରର ୧୬ ଆସନରେ ଭୋଟିଂ କରାଯାଉଛି।ମଇଦାନରେ ଅଛନ୍ତି ୪୪୯ ଜଣ ପ୍ରାର୍ଥୀ। ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୩୯.୧୮ ଲକ୍ଷ ଭୋଟର।

କୁପଓ୍ବାରା, ସୋପୋର, ବାରମୁଲ୍ଲା, ଗୁଲମାର୍ଗ, ବାନ୍ଦିପୋରା, ଉଦ୍ଧମପୁର ଓ୍ବେଷ୍ଟ, ଉଦ୍ଧମପୁର ଇଷ୍ଟ, କାଠୁଆ ଆଦି ଆସନରେ ଭୋଟ ଗ୍ରହଣ ଚାଲିଛି।୧ ହଜାର ୪୮୪ ପୋଲିଂ ଷ୍ଟେସନରେ ମୋଟ ୧୨ ଲକ୍ଷ ଭୋଟର ମତଦାନ କରିବେ । ସଂସଦ ଆକ୍ରମଣର ମାଷ୍ଟରମାଇଣ୍ଡ ଅଫଜଲ ଗୁରୁର ବଡ଼ଭାଇ ଏଜାଜ୍‌ ଅହମ୍ମଦ ଗୁରୁଙ୍କ ଭାଗ୍ୟ ପରୀକ୍ଷା ହେବ । ସେ ସୋପୋର ଆସନରୁ ସ୍ୱାଧୀନ ପ୍ରାର୍ଥୀ ହୋଇଛନ୍ତି । ଉତ୍ତର କାଶ୍ମୀରର ଲଙ୍ଗେଟରୁ ଇଞ୍ଜିନିୟର ଶେଖ ଅବ୍‌ଦୁଲ୍‌ ରସିଦଙ୍କ ଭାଇ ଖୁର୍ସିଦ ଅହମ୍ମଦ ଶେଖ ନିର୍ବାଚନ ଲଢ଼ୁଛନ୍ତି ।

ଶେଷ ପର୍ଯ୍ୟାୟରେ ଲଢ଼ୁଥିବା ପ୍ରାର୍ଥୀମାନଙ୍କ ମଧ୍ୟରୁ ୩୮୭ ପୁରୁଷ ଓ ୨୮ ମହିଳା ରହିଛନ୍ତି । ଆସନ୍ତା ୮ ତାରିଖରେ ଫଳାଫଳ ଆସିବ । ପ୍ରଥମ ପର୍ଯ୍ୟାୟରେ ୫୯ ପ୍ରତିଶତ ମତଦାନ ହୋଇଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ହୋଇଥିଲା ୫୭.୦୩ ପ୍ରତିଶତ ମତଦାନ। ତୃତୀୟ ତଥା ଶେଷ ପର୍ଯ୍ୟାୟରେ ଅଧିକାଂଶ ସ୍ଥାନରେ ନ୍ୟାସନାଲ କନଫରେନ୍ସ-କଂଗ୍ରେସ ମେଣ୍ଟ, ବିଜେପି ଓ ପିଡିପି ମଧ୍ୟରେ ତ୍ରିମୁଖୀ ପ୍ରତିଦ୍ବନ୍ଦ୍ବିତା ହେଉଛି।

OTV is now on Whatsapp

Join and get latest news update delivered to you via whatsapp

Join Now