• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sangram Keshori Behera

ଭୋଟ୍ ଦେଉଛି ଜମ୍ମୁ କାଶ୍ମୀର । ସମ୍ବିଧାନର ଧାରା ୩୭୦ ଉଚ୍ଛଦ ପରେ ପ୍ରଥମ ଥର ଜାମ୍ମୁ ଓ କାଶ୍ମୀରରେ ହେଉଛି ବିଧାନସଭା ନିର୍ବାଚନ। କଡ଼ା ସୁରକ୍ଷା ଭିତରେ ଆରମ୍ଭ ହୋଇଛି ମତଦାନ । ସକାଳୁ ସକାଳୁ ବିଭିନ୍ନ ବୁଥରେ ଭୋଟରଙ୍କ ଭିଡ଼ ଲାଗିଲାଣି । ୯୦ ଆସନ ମଧ୍ୟରୁ ଆଜି ପ୍ରଥମ ପର୍ଯ୍ୟାୟରେ ୭ ଜିଲ୍ଲାର ୨୪ ସିଟରେ ମତଦାନ ନିଆଯାଉଛି ।

ଅଧିକ ପଢନ୍ତୁ : ରେଳ ସୁରକ୍ଷା ପାଇଁ ସାରା ଦେଶରେ ଲଗାଯିବ କବଚ ସିଷ୍ଟମ: ରେଳମନ୍ତ୍ରୀ

ଏହା ଭିତରେ ରହିଛି କାଶ୍ମୀର ଡିଭିଜନ ଅନ୍ତର୍ଗତ ପୁଲୱାମା, ସୋପିଆନ୍, ଅନନ୍ତନାଗ, କୁଲଗାଁଓର ୧୬ ଓ ଜମ୍ମୁ ଡିଭିଜନର ରାମବନ, କିସ୍ତୱାର ଓ ଡୋଡାର ୮ ବିଧାନସଭା ସିଟ୍ । ମୋଟ୍ ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୩ ଲକ୍ଷ ୨୭ ହଜାର ଭୋଟର। ଏଥିପାଇଁ ମୋଟ୍ ୩ହଜାର ୨୭୬ ବୁଥ୍ କରାଯାଇଥିବା ବେଳେ ୧୪ହଜାର ପୋଲିଂ କର୍ମଚାରୀ ନିୟୋଜିତ ଅଛନ୍ତି । ଦ୍ୱିତୀୟ ପର୍ଯ୍ୟାୟ ସେପ୍ଟେମ୍ବର ୨୫ରେ ଓ ଶେଷ ତଥା ତୃତୀୟ ପର୍ଯ୍ୟାୟ ଭୋଟ୍ ଅକ୍ଟୋବର ୧ରେ ହେବ।

ଆସନ୍ତା ଅକ୍ଟୋବର ୮ ତାରିଖରେ ଜଣାପଡିବ କିଏ ମାରିବ ବାଜି । ଧାରା ୩୭୦ର ଉଚ୍ଛେଦ ପରେ ଜମ୍ମୁ କାଶ୍ମୀର ବିଧାନସଭା ନିର୍ବାଚନ ବିଜେପି ପାଇଁ ଲିଟମସ୍ ଟେଷ୍ଟ । ସେଠାରେ କଂଗ୍ରେସ ଓ ଏନସି ମେଣ୍ଟ ବିଜେପି ବିରୋଧରେ ନିର୍ବାଚନ ଲଢୁଛି ।

OTV is now on Whatsapp

Join and get latest news update delivered to you via whatsapp

Join Now