Advertisment

ସଂସଦର ପବ୍ଲିକ ଅଣ୍ଡରଟେକିଂ କମିଟିର ଅଧ୍ୟକ୍ଷ ହେଲେ ବୈଜୟନ୍ତ ପଣ୍ଡା

ବିଜେପି ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ଗୁରୁ ଦାୟିତ୍ବ ଦେଇଛନ୍ତି ବାଚସ୍ପତି । ସଂସଦର ପବ୍ଲିକ ଅଣ୍ଡରଟେକିଂ କମିଟି ଅଧ୍ୟକ୍ଷ ହୋଇଛନ୍ତି ବୈଜୟନ୍ତ ପଣ୍ଡା ।

ଅଦ୍ୟତନ ହୋଇଛି
Kendrapara MP Baijayant Panda

Kendrapara MP Baijayant Panda

Advertisment

ବିଜେପି ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ଗୁରୁ ଦାୟିତ୍ବ ଦେଇଛନ୍ତି ବାଚସ୍ପତି । ସଂସଦର ପବ୍ଲିକ ଅଣ୍ଡରଟେକିଂ କମିଟି ଅଧ୍ୟକ୍ଷ ହୋଇଛନ୍ତି ବୈଜୟନ୍ତ ପଣ୍ଡା । କମିଟିରେ ଲୋକସଭାରୁ ୧୫ ଓ ରାଜ୍ୟସଭାରୁ ୭ ସଦସ୍ୟ ମନୋନୀତ ହୋଇଛନ୍ତି । 

Advertisment

ଏହି କମିଟିରେ ତାରିକ ଅନୱାର, ସୁଦୀପ ବନ୍ଦୋପାଧ୍ୟାୟ, କାନିମୋଇ, ପ୍ରତାପ ଷଡ଼ଙ୍ଗୀ, ଦେବାଶିଷ ସାମନ୍ତରାୟ, ଅରୁଣ ସିଂହ ସଦସ୍ୟ ରହିଛନ୍ତି । 

Advertisment

ପୂର୍ବରୁ ସଂସଦର ବିଜନେସ ଆଡଭାଇଜରୀ କମିଟି ପାଇଁ ମନୋନୀତ ହୋଇଥିଲେ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା। ବିଭିନ୍ନ ଦଳର ୧୪ ଜଣ ସାଂସଦଙ୍କୁ କମିଟି ପାଇଁ ମନୋନୀତ କରିଥିଲେ ବାଚସ୍ପତି ଓମ୍ ବିର୍ଲା। ଯେଉଁଥିରେ ଓଡ଼ିଶାରୁ କେନ୍ଦ୍ରାପଡ଼ା ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କଟକ ସାଂସଦ ଭର୍ତ୍ତୃହରି ମହତାବ ମଧ୍ୟ ସ୍ଥାନ ପାଇଥିଲେ ।

ସେହିପରି ବିଜନେସ୍ ଆଡଭାଇଜରୀ କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହୋଇଥିଲେ ଟିଏମସି ସାଂସଦ ସୁଦୀପ ବନ୍ଦୋପାଧ୍ୟାୟ, କଂଗ୍ରେସ ସାଂସଦ ଗୌରବ ଗୋଗୋଇ, ଡିଏମକେ ସାଂସଦ ଦୟାନିଧି ମାରନ। ବିଜେପି ସାଂସଦ ପିପି ଚୌଧୁରୀ, ଅନୁରାଗ ଠାକୁରଙ୍କ ଭଳି ନେତାଙ୍କୁ ବି ବିଜନେସ୍ ଆଡଭାଇଜରୀ କମିଟି ପାଇଁ ମନୋନୀତ କରିଥିଲେ ବାଚସ୍ପତି।

Advertisment
Baijayant Panda BJP National VP Baijayant Panda
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ