• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ପୁଣି ଫେରିଲା ଲକ୍‌ଡାଉନ୍‌ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କୋରଳ ସରକାରଙ୍କ ପକ୍ଷରୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯିବାର ନିଷ୍ପତ୍ତି ନିଆଯାଇଛି । ରାଜ୍ୟରେ ବଢ଼ୁଥିବା କରୋନା ସଂକ୍ରମଣ ଚେନରେ ବ୍ରେକ୍ ଦେବା ଲାଗି ଆସନ୍ତା ଜାନୁଆରୀ ୩୦ ତାରିଖ ପର୍ଯ୍ୟନ୍ତ ଲକ୍‌ଡଡାଉନ୍‌ ଘୋଷଣା କରାଯାଇଛି ।

ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଏହି ଘୋଷଣା କରିଛନ୍ତି । ତେବେ ନିତାନ୍ତ ଜରୁରୀ ସାମଗ୍ରୀ କିଣିବା ଲାଗି ଲକଡାଉନ ନିୟମରେ କୋହଳ ରହିଛି ବିଭିନ୍ନ ଶିକ୍ଷାନୁଷ୍ଠାନ, ବ୍ୟବସାୟ ସ୍ଥଳ, ମଲ, ସମୁଦ୍ରକୂଳ ଆଦି ସ୍ଥାନରେ ଭିଡ ନକରିବା ଲାଗି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ସରକାରୀ ସମେତ ଘରୋଇ କମ୍ପାନୀର କର୍ମଚାରୀଙ୍କୁ ୱାର୍କ ଫ୍ରମ ହୋମ ଲାଗି ନିର୍ଦ୍ଦେଶ ଦିଆଯାଇଛି ।

ଅନପକ୍ଷେ ଆଜି ଦେଶରେ ୩ ଲକ୍ଷ ୩୩ ହଜାର ୫୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ରମାଗତ ଚତୁର୍ଥ ଦିନ ହେଲା ଦେଶରେ ୩ ଲକ୍ଷରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ତେବେ ଶନିବାର ଅର୍ଥାତ୍ ଗତକାଲି ତୁଳନାରେ ଚାରି ହଜାର କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶନିବାର ଦିନ ୨୪ ଘଣ୍ଟା ମଧ୍ୟରେ ୩.୩୭ ଲକ୍ଷ ସଂକ୍ରମିତ ଚିହ୍ନଟ ହୋଇଥିଲେ ।

ସେହିପରି ଆଜି ଦେଶରେ ଦିନକରେ ୫୨୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ମୋଟ୍ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮୯ ହଜାର ୪୦୯କୁ ବୃଦ୍ଧି ପାଇଛି । ଅନ୍ୟପଟେ ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୫୯ ହଜାର ୧୬୮ଲୋକ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ ଆକ୍ଟିଭ୍ କେସ ୨୧,୮୭,୨୦୫ ଥିବା ବେଳେ ୩,୬୫,୬୦,୬୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି । ରିକଭରି ରେଟ୍ ୯୩.୧୮ ପ୍ରତିଶତକୁ ବୃଦ୍ଧି ପାଇଛି ।