Advertisment

Kolkata Doctor Rape- କୋଲକାତା ଅଭୟା କାଣ୍ଡ:ଆଜି ଖୋଲିବ ବନ୍ଦ ଲଫାପା; ମିଳିବ ସଜା

ସଂଜୟ ରାୟକୁ ଯେଉଁ ଧାରା ଅନୁସାରେ ଦୋଷୀ ସାବ୍ୟସ୍ତ କରାଯାଇଛି, ସେଥିରେ ଅତି କମରେ ଆଜୀବନ ଜେଲ୍ କିମ୍ବା ମୃତ୍ୟୁ ଦଣ୍ଡାଦେଶ ହୋଇପାରେ।

author-image
Tapaswini Nayak
ଅଦ୍ୟତନ ହୋଇଛି
Murder Accused

Murder Accused

କୋଲକାତା ଆରଜି କର ମେଡିକାଲର ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ଦୋଷୀ ସଂଜୟ ରୟକୁ କି ଦଣ୍ଡବିଧାନ ହେବ। ଆଜି ସଜା ଶୁଣାଇବେ କୋଲକତାର ସିଆଲଦା କୋର୍ଟ। ଆଜୀବନ ସଜା ନା ମୃତ୍ୟୁଦଣ୍ଡ, ତା’ଉପରେ ସମସ୍ତଙ୍କର ନଜର ରହିଛି। ସଂଜୟ ରାୟକୁ ଯେଉଁ ଧାରା ଅନୁସାରେ ଦୋଷୀ ସାବ୍ୟସ୍ତ କରାଯାଇଛି, ସେଥିରେ ଅତି କମରେ ଆଜୀବନ ଜେଲ୍ କିମ୍ବା ମୃତ୍ୟୁ ଦଣ୍ଡାଦେଶ ହୋଇପାରେ।

Advertisment

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସିଆଲଦା କୋର୍ଟର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ସଂଜୟ ରୟକୁ ଦୋଷୀ ସାବ୍ୟସ୍ତ କରିଥିଲେ। କୋର୍ଟଙ୍କ ଏହି ରାୟ ଆସିବା ବେଳେ ମୃତ ଟ୍ରେନି ଡାକ୍ତରଙ୍କ ବାପା ସେଠାରେ ଉପସ୍ଥିତ ଥିଲେ। ସେ କାନ୍ଦି ଥିଲେ ଓ ବିଚାରପତିଙ୍କୁ କହିଥିଲେ, ଆପଣଙ୍କ ଉପରେ ମୋର ସଂପୂର୍ଣ୍ଣ ବିଶ୍ୱାସ ଥିଲା। ଆମ ବିଶ୍ୱାସକୁ ସମ୍ମାନ ଦେଇଥିବାରୁ ଆପଣଙ୍କୁ ଧନ୍ୟବାଦ।

ସୂଚନାଯୋଗ୍ୟ, ଗତବର୍ଷ ଅଗଷ୍ଟ ୯ ତାରିଖରେ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ୩୧ ବର୍ଷୀୟ ଟ୍ରେନି ଡାକ୍ତରଙ୍କୁ ଭୟଙ୍କର ଢଙ୍ଗରେ ଦୁଷ୍କର୍ମ କରାଯିବ ସହ ହତ୍ୟା କରାଯାଇଥିଲା।

Advertisment

ଘଟଣାର ୬ ଘଣ୍ଟା ମଧ୍ୟରେ ପୁଲିସ୍‌ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟକୁ ଗିରଫ କରିଥିଲା। ତେବେ ଘଟଣାରେ ହସ୍ପିଟାଲ କର୍ତ୍ତୃପକ୍ଷ ଅନେକ ତ୍ରୁଟି କରିଥିବା ହୃଦୟଙ୍ଗମ କରି ହାଇକୋର୍ଟ ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

ପୀଡ଼ିତାଙ୍କ ପରିବାର ଲୋକ ମଧ୍ୟ ସ୍ୱାଧୀନ ସଂସ୍ଥା ଦ୍ୱାରା ତଦନ୍ତ କରିବାକୁ ଦାବି କରିଥିଲେ। ଏହାଦ୍ୱାରା ଘଟଣା ସହ ଜଡ଼ିତ ପ୍ରମାଣ ସହ କୌଣସି ପ୍ରକାରର ହେରଫେର ହେବନାହିଁ ବୋଲି ସେମାନେ ଦାବି କରିଥିଲେ। ଏହାକୁ ଗ୍ରହଣ କରି ହାଇକୋର୍ଟ ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

୩୧ ବର୍ଷୀୟା ପୀଡ଼ିତା କୋଲକତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ଭାବେ କାମ କରୁଥିଲେ। ଉକ୍ତ ମେଡିକାଲର କ୍ୟାମ୍ପସ୍‌ରେ ଥିବା ସେମିନାର ହଲ୍‌ରେ ତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା। ଶୁକ୍ରବାର ସକାଳେ ତାଙ୍କ ମୃତଦେହ ମିଳିଥିଲା। ଏହି ମାମଲାରେ ପୁଲିସ୍‌ ସିଭିକ ସ୍ୱେଚ୍ଛାସେବୀ ଭାବେ କାମ କରୁଥିବା ସଞ୍ଜୟଙ୍କୁ ଗିରଫ କରିଥିଲା।

କୋଲକାତା ଆରଜି କର ହସ୍ପିଟାଲର ଦୁଷ୍କର୍ମ ଓ ହତ୍ୟା ଘଟଣାରେ ପୁଲିସ୍‌ ସଞ୍ଜୟ ରୟକୁ ଜେରା କରିବା ମାତ୍ରେ ସେ ତା’ର ଅପରାଧକୁ ସ୍ୱୀକାର କରି ନେଇଥିଲା। ସେ କୌଣସି ପଶ୍ଚାତାପ କରି ନ ଥିଲା। ବେଧଡ଼କ ଅନ୍ଦାଜରେ ଫାଶୀ ଖୁଣ୍ଟରେ ଝୁଲାଇ ଦେବାକୁ ପୁଲିସ୍‌କୁ ସେ କହୁଥିବା ଶୁଣିବାକୁ ମିଳିଥିଲା।

ସଞ୍ଜୟର ମୋବାଇଲରେ ଅନେକ ଅଶ୍ଳୀଳ ଭିଡିଓ ଥିବା ଦେଖିବାକୁ ମିଳିଥିଲା। ଘଟଣା ଦିନ ରାତିରେ ମଧ୍ୟ ସେ ପ୍ରଚୁର ମଦ ପିଇ ଅଶ୍ଳୀଳ ଭିଡିଓ ସବୁ ଦେଖିଥିଲା। ଏହାପରେ ହସ୍ପିଟାଲର ସେମିନାର ହଲକୁ ଯାଇ ୩୧ ବର୍ଷୀୟ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ କରି ମାରି ଦେଇଥିବା ତଦନ୍ତରୁ ଜଣାପଡ଼ିଥିଲା।

କୋଲକାତା ଆରଜି କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ପୂରା ଦେଶରେ ଆନ୍ଦୋଳନ ଆରମ୍ଭ ହୋଇଥିଲା। ଫେଡେରେସନ ଅଫ ଅଲ୍‌ ଇଣ୍ଡିଆ ମେଡିକାଲ ଆସୋସିଏସନ ଦେଶବ୍ୟାପୀ ଆନ୍ଦୋଳନର ଡାକରା ଦେଇଥିଲା। ଏଥିପାଇଁ ସମସ୍ତ ମେଡିକାଲରେ OPD ସେବା ପ୍ରଭାବିତ ହୋଇଥିଲା।

ଅଧିକ ପଢ଼ନ୍ତୁ; କୋଲକାତା ଆରଜି କର ମେଡିକାଲର ୧୦ ଡାକ୍ତର ବହିଷ୍କୃତ

Medical College Doctors Kolkata
Advertisment
Advertisment