Advertisment

ଆନ୍ଦୋଳନରୁ ହଟିବେ ଜୁନିୟର ଡାକ୍ତର, ଆଜିଠାରୁ ଜରୁରୀ ମେଡିକାଲ୍ ସେବାରେ ଯୋଗ ଦେବେ

ପଶ୍ଚିମବଙ୍ଗ ଜୁନିୟର ଡାକ୍ତର ସଂଘର ଆନ୍ଦୋଳନ ପ୍ରତ୍ୟାହାର ନିଷ୍ପତ୍ତି । ଆଜିଠାରୁ ଜରୁରୀ ମେଡିକାଲ୍ ସେବାରେ ଯୋଗ ଦେବେ ଡାକ୍ତର । ଅଭୟାକୁ ନ୍ୟାୟ ଦାବିରେ ୪୧ ଦିନ ହେଲା ଆନ୍ଦୋଳନ କରୁଥିଲେ

ଅଦ୍ୟତନ ହୋଇଛି
Kolkata Doctor Rape & Murder: Kolkata junior doctors end protest

protest

Advertisment

ଆଜି ଆନ୍ଦୋଳନରୁ ଉଠବେ ପଶ୍ଚିମବଙ୍ଗ ଜୁନିୟର ଡାକ୍ତର। ଆରଜି କର ମେଡିକାଲର ଜୁନିଅର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ମାମଲାରେ ଚାଲିଥିବା ଡାକ୍ତର ଆନ୍ଦୋଳନରେ ଲାଗିବ ବିରାମ। ଅଭୟାଙ୍କୁ ନ୍ୟାୟ ଦାବିରେ ୪୧ ଦିନ ହେଲା ଆନ୍ଦୋଳନ କରୁଥିବା ଜୁନିଅର ଡାକ୍ତର ସଂଘ ଆନ୍ଦୋଳନ ପ୍ରତ୍ୟାହାର କରିଛନ୍ତି।

Advertisment

ଅଧିକ ପଢ଼ନ୍ତୁ: କୋଲକାତା ଲଜ୍ଜା: ଦୁଷ୍କର୍ମ ଓ ହତ୍ୟା ମାମଲାରେ ସନ୍ଦୀପ ଘୋଷ ପୁଣି ଗିରଫ

ଆଜିଠାରୁ ଡାକ୍ତର ମାନେ ଜରୁରୀ ମେଡିକାଲ୍ ସେବାରେ ଯୋଗ ଦେବେ। ହେଲେ OPDରେ ସେବା ଯୋଗାଇବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତେବେ ଧାରଣା ଓ ବିକ୍ଷୋଭ ବନ୍ଦ ହେଲେ ବି ଅଭୟା ନ୍ୟାୟ ପାଇବା ଯାଏଁ ଆନ୍ଦୋଳନ ଜାରି ରହିବ ବୋଲି ଡାକ୍ତର ସଂଘ କହିଛି। ପଶ୍ଚିମବଙ୍ଗର ବନ୍ୟା ପ୍ରଭାବିତ ଅଞ୍ଚଳରେ ଅଭୟା କ୍ୟାମ୍ପ୍ ନାଁରେ ଏକ କ୍ୟାମ୍ପ କରି ଆନ୍ଦୋଳନକୁ ଆଗକୁ ନେବାକୁ ସଂଘ ନିଷ୍ପ୍ତ୍ତି ନେଇଛି।

Advertisment

ସେପଟେ କୋଲକାତା ଆରଜି କର ମେଡିକାଲ୍ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ ରେଜିଷ୍ଟ୍ରେସନ ବାତିଲ। ଜୁନିଅର ଡାକ୍ତରକୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ବିବାଦରେ ଥିବା ସନ୍ଦୀପଙ୍କ ଡାକ୍ତରୀ ପଞ୍ଜିକରଣକୁ ବାତିଲ କରିଛି ପଶ୍ଚିମବଙ୍ଗ ମେଡିକାଲ୍ କାଉନସିଲ୍।

ସନ୍ଦୀପଙ୍କୁ ମେଡିକାଲ କାଉନସିଲ ପକ୍ଷରୁ ଗତ ୬ ତାରିଖରେ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିଲା। କିନ୍ତୁ ନୋଟିସ ଦେବାର ୧୩ ଦିନ ବିତିଥିଲେ ବି ସେ ଏହାର ଉତ୍ତର ଦେଇନଥିଲେ। ସେ ଦୃଷ୍ଟିରୁ ତାଙ୍କର ତତ୍କାଳ ରେଜିଷ୍ଟ୍ରେସନ ବାତିଲ ନେଇ କାଉନସିଲ ନିଷ୍ପତ୍ତି ନେଇଛି। ଆର୍ଥିକ ଦୁର୍ନୀତି ମାମଲାରେ ପୂର୍ବରୁ ସନ୍ଦୀପଙ୍କୁ ଗିରଫ କରି ସାରିଛି CBI ।

Advertisment

Doctors Protests Kolkata
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ