/odishatv-khabar/media/post_attachments/uploadimage/library/16_9/16_9_0/IMAGE_1723515548.jpg)
FAIMA calls for nationwide shutdown of OPD services
କୋଲକାତା ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା। ଏହାକୁ ନେଇ ତେଜିବାରେ ଲାଗିଛି ଆନ୍ଦୋଳନ। ଫେଡେରେସନ ଅଫ ଅଲ ଇଣ୍ଡିଆ ମେଡିକାଲ ଆସୋସିଏସନ ଆଜି ଦେଶ ବ୍ୟାପୀ ଆନ୍ଦୋଳନର ଡାକରା ଦେଇଛି । ସମସ୍ତ ମେଡିକାଲରେ OPD ସେବା ବନ୍ଦ ରଖିବାକୁ ଡାକରା ଦେଇଛି ଫେଡେରେସନ ।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଚିଛି ଲେଖିଛି ଇଣ୍ଡିଆନ ମେଡିକାଲ ଆସୋସିଏସନ । ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି IMA । ଏହାସହ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି । କେଉଁ ସ୍ଥିତିରେ ଏଭଳି ଅପରାଧ ଘଟିଲା ତାହାର ଆମୂଳଚୂଳ ତଦନ୍ତ ସହ କାର୍ଯ୍ୟକ୍ଷେତ୍ରରେ ଡାକ୍ତର ମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ତୁରନ୍ତ ପଦକ୍ଷେପ ନେବାକୁ ଇଣ୍ଡିଆନ ମେଡିକାଲ ଆସୋସିଏସନ ଦାବି କରିଛି ।
ଅଧିକ ପଢନ୍ତୁ : କୋଲକାତାରେ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା; ତେଜୁଛି ପ୍ରତିବାଦ...
JRDA stands in solidarity with other RDAs across the country.
Jipmer doctors to go for strike by shutting down all elective OPDs and other procedures to show our support in Kolkata doctor resident issue. Emergency services will be functioning as usual.
Strike starts by 6.00 AM pic.twitter.com/EnViQt8zLd
— JIPMER Resident Doctors Association (@JipmerRDA) August 12, 2024
ଗତ ୯ ତାରିଖରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା । ଏହାକୁ ନେଇ ସାରା ଦେଶରେ ଡାକ୍ତର ମାନେ ଆନ୍ଦୋଳନ କରୁଛନ୍ତି । ସବୁଠି ଆନ୍ଦୋଳନ ଜୋର୍ ଧରିବା ପରେ କୋଲକାତା ଆର.ଜି. କର ମେଡିକାଲ କଲେଜର ପ୍ରିନ୍ସିପାଲ୍ ଡାକ୍ତର ସନ୍ଦୀପ ଘୋଷ୍ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପୋଲିସ ଜଣେ ଅଭିଯୁକ୍ତ ସଞ୍ଜୟ ରାୟକୁ ଗିରଫ କରି ଘଟଣାର ଖୋଳତାଡ ଚଳାଇଛି।
ତେବେ ଡାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ମାମଲାର ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଏଥିରୁ ଦୁଷ୍କର୍ମ ଓ ହତ୍ୟାର ବର୍ବର କାଣ୍ଡ ସାମ୍ନାକୁ ଆସିଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ତାଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି। ତାଙ୍କ ଶରୀରରେ ଏକାଧିକ ସ୍ଥାନରେ କ୍ଷତ ଚିହ୍ନ ରହିଛି। ହାତ ଓ ମୁହଁରେ କଟା ଚିହ୍ନ ରହିଛି। ଚଷମା କାଚ ତାଙ୍କ ଆଖିରେ କ୍ଷତ ପହଞ୍ଚାଇ ଥାଇପାରେ ବୋଲି ରିପୋର୍ଟରେ କୁହାଯାଇଛି। ଡାକ୍ତରଙ୍କୁ ଅତି ବର୍ବରଭାବେ ଆକ୍ରମଣ ଓ ଦୁଷ୍କର୍ମ କରିବା ପରେ ଅଭିଯୁକ୍ତ ତାଙ୍କ ତଣ୍ଟି ଓ ମୁହଁକୁ ଚିପି ଶ୍ବାସରୁଦ୍ଧ କରି ହତ୍ୟା କରିଥିବା ଜଣାପଡିଛି।
ଗତ ୯ତାରିଖରେ କୋଲକାତାର ଆର.ଜି କର ହସ୍ପିଟାଲ ଓ ମେଡିକାଲ କଲେଜରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା କରାଯାଇଥିଲା । ୧୦ ତାରିଖ ସକାଳୁ ସେମିନାର ହଲରୁ ତାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଥିଲା । ଖବର ପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା । ବ୍ୟବଚ୍ଛେଦ ରିପୋର୍ଟରୁ ତାଙ୍କ ସହ ଦୁଷ୍କର୍ମ ହୋଇଥିବା ସ୍ପଷ୍ଟ ହେବା ପରେ କୋଲକାତା ସମେତ ସାରା ଦେଶରେ ଉଦବେଗ ସୃଷ୍ଟି ହୋଇଛି। ଅପରପକ୍ଷେ ଘଟଣାର ସିବିଆଇ ତଦନ୍ତ ଦାବି ଉଠୁଥିବାବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି, ପୋଲିସ ତଦନ୍ତରେ ବିଫଳ ହେଲେ ମାମଲା ସିବିଆଇକୁ ଦିଆଯିବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)